Indus Valley Times

ମୋକିମଙ୍କ ଖୋଲା ଚ୍ୟାଲେଞ୍ଜ! “ସମସ୍ତ ନିଲମ୍ବିତ ବିଧାୟକ ଗୋଟିଏ ମଞ୍ଚରେ ଆସନ୍ତୁ”

 Breaking News

ମୋକିମଙ୍କ ଖୋଲା ଚ୍ୟାଲେଞ୍ଜ! “ସମସ୍ତ ନିଲମ୍ବିତ ବିଧାୟକ ଗୋଟିଏ ମଞ୍ଚରେ ଆସନ୍ତୁ”

ମୋକିମଙ୍କ ଖୋଲା ଚ୍ୟାଲେଞ୍ଜ! “ସମସ୍ତ ନିଲମ୍ବିତ ବିଧାୟକ ଗୋଟିଏ ମଞ୍ଚରେ ଆସନ୍ତୁ”
March 17
19:05 2026

ଭୁବନେଶ୍ୱର,୧୭/୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର ‘ହୁଇପ୍‌’କୁ ନ ମାନି କ୍ରସ୍ ଭୋଟିଂ କରିଥିଲେ। କଂଗ୍ରେସ ଏହି ୩ ଜଣଙ୍କୁ ଦଳରୁ ନିଲମ୍ବିତ କରିଛି। କଂଗ୍ରେସରୁ ବହିଷ୍କୃତ ବିଧାୟକ ମହମ୍ମଦ ମୋକିମ ନିଲମ୍ବିତ ବିଧାୟକମାନଙ୍କୁ ବଡ଼ ଆହ୍ବାନ ଦେଇଛନ୍ତି।
ସେ କହିଛନ୍ତି, ଏହି ବିଧାୟକମାନେ ଗୋଟିଏ ପ୍ଲାଟଫର୍ମରେ ସାମିଲ ହୁଅନ୍ତି।
ଝିଅ ସୋଫିଆ ଫିର୍ଦ୍ଦୋସ କ୍ରସ ଭୋଟିଂ କରିବା ନେଇ ମଧ୍ୟ ମତ ରଖିଛନ୍ତି ମୋକିମ। ସେ କହିଛନ୍ତି, କଂଗ୍ରେସ ଦଳ ଝିଅ ସୋଫିଆଙ୍କୁ ଅଣଦେଖା କରୁଥିଲା।
ମୋତେ ବହିଷ୍କାର ପରେ ତାକୁ ବେଶି ଅଣଦେଖା କରାଯାଉଥିଲା। କଟକରେ କାହାକୁ ଦଳରେ ମିଶାଇଲେ ବି ଜଣାଉ ନ ଥିଲେ। ଏପରିକି ଦଳର ମହିଳା କାର‌୍ୟ୍ୟକ୍ରମକୁ ମଧ୍ୟ ଡାକୁ ନ ଥିଲେ। ଯଦି ଦଳ ତାଙ୍କୁ ବହିଷ୍କାର କରେ ଓଡ଼ିଶା-ଜନତା-କଂଗ୍ରେସ ପାଇଁ କାମ କରିବ।
ସୂଚନାଯୋଗ୍ୟ, ରାଜ୍ୟ ସଭା ନିର୍ବାଚନକୁ ନେଇ ରାଜ୍ୟ କଂଗ୍ରେସ ପକ୍ଷରୁ ଏଥର ଅଧିକ ତତ୍ପରତା ପ୍ରକାଶ ପାଇଥିଲା। ପିସିସି ସଭାପତି ଦଳର ୧୪ ବିଧାୟକଙ୍କ ସହିତ ସିପିଆଇଏମ୍ ବିଧାୟକ ଲକ୍ଷ୍ମଣ ମୁଣ୍ଡାଙ୍କୁ ଏକତ୍ର କରି ରଖିବାପାଇଁ ବହୁତ ଉଦ୍ୟମ କରିଥିଲେ।
୮ଜଣ ବିଧାୟକଙ୍କୁ ସାଙ୍ଗରେ ନେଇ ବେଙ୍ଗାଲୁରୁ ଯାଇଥିଲେ। ଏହାବାଦ୍ ଓଡ଼ିଶାରେ ରହିଥିବା ୬ଜଣ ବିଧାୟକଙ୍କ ମଧ୍ୟରୁ ୩ଜଣ ପାର୍ଟି କଥା ମାନି ନ ଥିଲେ। ଭକ୍ତ କହିଛନ୍ତି, ଦାଶରଥି ଦଳପ୍ରତି ବିଶ୍ୱାସଘାତକତା କରିଛନ୍ତି।
ରମେଶ ମୋତେ ଭେଟି ଦଳୀୟ ନିଷ୍ପତ୍ତିକୁ ସମ୍ମାନ ଦେବେ ବୋଲି କଥା ଦେଇଥିଲେ। ହେଲେ ସେ ଧୋକା ଦେଇଛନ୍ତି। ତାଙ୍କ ଭବିଷ୍ୟତକୁ ମଧ୍ୟ ଅନ୍ଧାରକୁ ଠେଲି ଦେଇଛନ୍ତି। ସେହିପରି ସୋଫିଆ ଝିଅଙ୍କ ବଡ଼ ଭବିଷ୍ୟତ ଥିବାବେଳେ ସେ ମଧ୍ୟ ଭୁଲ୍ ରାସ୍ତାରେ ଯାଇଛନ୍ତି।
ସେମାନଙ୍କ ସଭ୍ୟପଦ ରଦ୍ଦ ପାଇଁ ବାଚସ୍ପତିଙ୍କୁ ଚିଠି ଲେଖିବୁ। ଆବଶ୍ୟକ ପଡ଼ିଲେ ସୁପ୍ରିମକୋର୍ଟ ଯିବୁ ବୋଲି ଭକ୍ତ କହିଛନ୍ତି। ସେ କହିଛନ୍ତି, ଏମାନେ ଗଣମାଧ୍ୟମ ସମ୍ମୁଖରେ କଥା ହେଲାବେଳେ ସିଂହ ଭଳି ହେଉଛନ୍ତି, ମାତ୍ର କାର୍ଯ୍ୟରେ ମୂଷା ଓ ଛେଳି ଭଳି ବିକ୍ରି ହୋଇଯାଉଛନ୍ତି। ଅନ୍ୟପକ୍ଷରେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ କହିଛନ୍ତି, ଘୋଡ଼ା ବେପାର ପଶିଯିବାରୁ ବିଧାୟକମାନେ ଏଭଳି ଭାବେ ନିୟମ ବିରୋଧ କାର‌୍ୟ୍ୟ କରିଛନ୍ତି।

About Author

indadmin

indadmin

Related Articles

Archives

Calendar

August 2026
M T W T F S S
 12
3456789
10111213141516
17181920212223
24252627282930
31