Indus Valley Times

ପାଠ୍ୟପୁସ୍ତକରେ ତ୍ରୁଟି, ତଦନ୍ତ ରିପୋର୍ଟ ପରେ ଆକ୍ସନ୍ ମୋଡରେ ସରକାର; ନିଲମ୍ବିତ ହେଲେ ୪ ଅଧିକାରୀ

 Breaking News

ପାଠ୍ୟପୁସ୍ତକରେ ତ୍ରୁଟି, ତଦନ୍ତ ରିପୋର୍ଟ ପରେ ଆକ୍ସନ୍ ମୋଡରେ ସରକାର; ନିଲମ୍ବିତ ହେଲେ ୪ ଅଧିକାରୀ

ପାଠ୍ୟପୁସ୍ତକରେ ତ୍ରୁଟି, ତଦନ୍ତ ରିପୋର୍ଟ ପରେ ଆକ୍ସନ୍ ମୋଡରେ ସରକାର; ନିଲମ୍ବିତ ହେଲେ ୪ ଅଧିକାରୀ
June 26
17:52 2026

ଭୁବନେଶ୍ୱର,୨୬/୬: ସ୍କୁଲ ବହି ତ୍ରୁଟିକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। କମିଟି ସୁପାରିସ ଅନୁଯାୟୀ ମୁଖ୍ୟମନ୍ତ୍ରୀ ୪ଜଣ ଅଧିକାରୀଙ୍କୁ ନିଲମ୍ବନ କରିଛନ୍ତି।
ମୁଖ୍ୟମନ୍ତ୍ରୀ ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟର ତତ୍କାଳୀନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ନିଲମ୍ବନ କରିଥିବା ବେଳେ ୩ଜଣ ସହକାରୀ ନିର୍ଦ୍ଦେଶକ ପ୍ରଲିପ୍ତା ମିଶ୍ର, ଦିଲୀପ ସାହୁ ଓ ଭାରତୀ ଟୁଡୁଙ୍କୁ ମଧ୍ୟ କାର୍ଯ୍ୟରୁ ନିଲମ୍ବନ କରିଛନ୍ତି। ଏପରିକି ୬ ସହକାରୀ ନିର୍ଦ୍ଦେଶକଙ୍କ ଉପରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।
ବନ୍ଦିତା ପଟ୍ଟନାୟକ, ମାନସ ରାଉତ, ମନୋରଞ୍ଜନ ମହାପାତ୍ର, ପ୍ରଶାନ୍ତ ସାହୁ, ମାନସ ନାୟକ, ସୁଦର୍ଶନ ସନ୍ତରାଙ୍କ ଉପରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।
ଏଥିସହ ତ୍ରୁଟି ସୁଧାରିବାକୁ କମିଟି ୧୪ଟି ସୁପାରିସ କରିଛି। ମାଷ୍ଟର ତ୍ରୁଟି ରେଜିଷ୍ଟର ପ୍ରସ୍ତୁତ ହେବ। ଝଉଋଜଞରେ କ୍ବାଲିଟି ଆସ୍ୟୁରାନସ ସେଲ ଖୋଲାଯିବ। ଭାଷା, ଚିତ୍ର, ତଥ୍ୟ ଏଣିକି ଅନୁମୋଦନ ବିନା ପ୍ରିଣ୍ଟିଂ ପ୍ରେସକୁ ଯିବ ନାହିଁ ବୋଲି କମି ପକ୍ଷରୁ ସୁପାରିସ କରାଯାଇଛି।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930