Indus Valley Times

ବୌଦ୍ଧ କଣ୍ଟାମାଳ ବ୍ଲକ୍ ରେ ଜିଲ୍ଲାପାଳ ଓ ଏସ୍.ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ସମାଧାନ ଶିବିର ଅନୁଷ୍ଠିତ

 Breaking News

ବୌଦ୍ଧ କଣ୍ଟାମାଳ ବ୍ଲକ୍ ରେ ଜିଲ୍ଲାପାଳ ଓ ଏସ୍.ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ସମାଧାନ ଶିବିର ଅନୁଷ୍ଠିତ

ବୌଦ୍ଧ କଣ୍ଟାମାଳ ବ୍ଲକ୍ ରେ ଜିଲ୍ଲାପାଳ ଓ ଏସ୍.ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ସମାଧାନ ଶିବିର ଅନୁଷ୍ଠିତ
July 20
22:10 2026

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ବୌଦ୍ଧ, ୨୦/୭ : ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ସଭା ଗୃହରେ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ କୁଲଦୀପ ମୀନାଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି ।
ଏହି ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପ ଜିଲ୍ଲାପାଳ ବିନୟ କୁମାର ଭୋଇ , ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡଃ ମହେନ୍ଦ୍ର କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।
ଆଜିର ଶିବିରରେ ୭୦ ଗୋଟି ବ୍ୟକ୍ତିଗତ ଓ ୧୧ଟି ଗୋଷ୍ଠିଗତ ଏଭଳି ମୋଟ ୮୧ ଗୋଟି ଅଭିଯୋଗର ଶୁଣାଣି ଜିଲ୍ଲାପାଳ କରିଥିଲେ । କିଛି ଅଭିଯୋଗର ତୁରନ୍ତ ସମାଧାନ ହୋଇଥିଲା ।
ଅନ୍ୟାନ୍ୟ ଅଭିଯୋଗ ଉପରେ ଶୀଘ୍ର ପଦକ୍ଷେପ ନେବା ପାଇଁ ସଂପୃକ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ।
ସେହିପରି ୧୮ ଜଣ ଅସହାୟ ବୃଦ୍ଧ ବୃଦ୍ଧା ଏବଂ ବିଧବାମାନଙ୍କୁ ନୂତନ ମାସିକ ଭତ୍ତା କାର୍ଡ ଓ ନଗଦ ଅର୍ଥ ପ୍ରଦାନ କରିଥିଲେ।
ତିନି ଜଣ ଅସହାୟଙ୍କୁ ୧୬୦୦୦ ଟଙ୍କା ତତ୍କାଳ ସହାୟତା ରେଡ୍ କ୍ରସ ପାଣ୍ଠିରୁ ପ୍ରଦାନ କରାଯାଇଥିଲା ।
ସମର୍ପିତ ଭାବରେ ଜନସାଧାରଣଙ୍କୁ ସମସ୍ତ ମୌଳିକ ସେବା ଯୋଗାଇ ଦେବା ପାଇଁ ଜିଲ୍ଲାପାଳ ଜିଲ୍ଲାର ସମସ୍ତ ଅଧିକାରୀ ମାନଙ୍କୁ ଆହ୍ବାନ ଦେଇଥିଲେ ।
ବିଡ଼ିଓ ସାମ୍ମୀ ରେଡ୍ଡୀ ଜୟଶ୍ରୀ, ଅତିରିକ୍ତ ତହସିଲଦାର ଧନଞ୍ଜୟ ସାହୁ , ଆସିଷ୍ଟାଣ୍ଟ କଲେକ୍ଟର ପରିପୂର୍ଣା ଦେବି , ସୁଶ୍ରୀ ରଶ୍ମୀ ରେଖା ନାୟକ ପ୍ରମୁଖ ଶିବିର ପରିଚାଳନାରେ ସହଯୋଗ କରିଥିଲେ।
ଏହି ଅବସରରେ ବ୍ଲକ୍ ପରିସରରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ଏକ ସ୍ୱାସ୍ଥ୍ୟସେବା ଶିବିର ଆୟୋଜନ କରାଯାଇଥିଲା ।
ସଭାରେ ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ, ବିଭିନ୍ନ ବିଭାଗର ଯନ୍ତ୍ରୀ,ଲାଇନ୍ ବିଭାଗ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ଏବଂ କର୍ମଚାରୀ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା ଓ ବିଭିନ୍ନ ଗଣ ମାଧ୍ୟମର ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ ।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031