Indus Valley Times

ରାଜ୍ୟରେ ରେକର୍ଡ ସଂଖ୍ୟକ ୫୬୧ କରୋନା ସଂକ୍ରମିତ ଚିହ୍ନଟ, ୧୩୬ଜଣ ସ୍ଥାନୀୟ ସଂକ୍ରମିତ

 Breaking News

ରାଜ୍ୟରେ ରେକର୍ଡ ସଂଖ୍ୟକ ୫୬୧ କରୋନା ସଂକ୍ରମିତ ଚିହ୍ନଟ, ୧୩୬ଜଣ ସ୍ଥାନୀୟ ସଂକ୍ରମିତ

July 03
11:33 2020

ଭୁବନେଶ୍ବର,୩ ।୭ : ଶୁକ୍ରବାର ଦିନ ରାଜ୍ୟରେ ରେକର୍ଡସଂଖ୍ୟକ ୫୬୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୧୦୬କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୨୫ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ୧୩୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ଚିହ୍ନଟ ହୋଇଥିବା ୫୬୧ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୮୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକ ଜିଲ୍ଲାରୁ ୮୧ ଜଣ, ରାୟଗଡ଼ା ଜିଲ୍ଲାରୁ ୭୬ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୬ ଜଣ, ବରଗଡ଼ ଜିଲ୍ଲାରୁ ୨୧ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୯ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୧୦ ଜଣ, ସମ୍ବଲପୁର ଜିଲ୍ଲାରୁ ୮ଜଣ, ଜଗତସିଂହପୁର ଓ କେନ୍ଦୁଝର ଜିଲ୍ଲାରୁ ୬ ଜଣ ଲେଖାଏଁ, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରୁ ୫ ଜଣ ଲେଖାଏଁ, କୋରାପୁଟ ଜିଲ୍ଲାରୁ ୪ ଜଣ, ଢ଼େଙ୍କାନାଳ, ଯାଜପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ, ଝାରସୁଗୁଡା ଓ କେନ୍ଦ୍ରାପଡା ଜିଲ୍ଲାରୁ ୨ ଜଣ ଲେଖାଏଁ, ଭଦ୍ରକ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ରହିଛନ୍ତି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031