ଓଡ଼ିଶାରେ ଆଉ ୧୬ ଜଣଙ୍କ ଜୀବନ ନେଲା କରୋନା
October 08
13:00
2020
ଭୁବନେଶ୍ବର ୮।୧୦: ଓଡ଼ିଶାରେ ଗୁରୁବାର ଦିନ ଆଉ ୧୬ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି । ଫଳରେ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୭୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୬ ମୃତକଙ୍କ ମଧ୍ୟରୁ ବାଲେଶ୍ୱର, ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, କଳାହାଣ୍ଡି, ମୟୁରଭଞ୍ଜ, ନୟାଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ଝାରସୁଗୁଡା, ସୁନ୍ଦରଗଡରୁ ଜଣେ ଲେଖାଏଁ ରହିଛନ୍ତି ।