Indus Valley Times

ପବିତ୍ର ବାହୁଡ଼ା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

 Breaking News

July 20
09:20 2021

ଭୁବନେଶ୍ୱର,୨୦/୭ : ମଙ୍ଗଳବାର ଶ୍ରୀଜିଉଙ୍କ ପବିତ୍ର ବାହୁଡ଼ା ଯାତ୍ରା। ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି। ଶ୍ରୀଗୁଣ୍ଡିଚା ଆଗରେ ଏବେ ଦଣ୍ଡାୟମାନ ଅଛନ୍ତି ୩ରଥ। ପ୍ରଭୁ ସୁଦର୍ଶନଙ୍କ ପହଣ୍ଡି ଆରମ୍ଭ ହୋଇସାରିଲାଣି। ଏସବୁ ମଧ୍ୟରେ ପବିତ୍ର ବାହୁହା ଯାତ୍ରା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇ କହିଛନ୍ତି ଯେ, ମହାପ୍ରଭୁଙ୍କ ପବିତ୍ର ବାହୁଡ଼ାଯାତ୍ରା ଉପଲକ୍ଷେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ଚତୁର୍ଦ୍ଧାମୂର୍ତ୍ତିଙ୍କ ଆଶୀର୍ବାଦରୁ ବର୍ତ୍ତମାନର କଠିନ ସ୍ଥିତି ଶୀଘ୍ର ଦୂର ହେଉ। ଆମ ରାଜ୍ୟର ପ୍ରଗତି ସହ ସମସ୍ତଙ୍କ ମଙ୍ଗଳମୟ ଜୀବନ କାମନା କରୁଛି।
ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ଟ୍ୱିଟରରେ ଉଲ୍ଲେଖ କରିଛନ୍ତି ଯେ, ପବିତ୍ର ବାହୁଡ଼ା ଯାତ୍ରାର ହାର୍ଦ୍ଦିକ ଶୁଭକାମନା । ଏହାସହ ଜୟ ଜଗନ୍ନାଥ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031