Indus Valley Times

ଗୋଷ୍ଠୀ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୧ ଆୟୋଜିତ

 Breaking News

ଗୋଷ୍ଠୀ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୧ ଆୟୋଜିତ

ଗୋଷ୍ଠୀ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୧ ଆୟୋଜିତ
November 15
19:14 2021

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ
ବାଲିଗୁଡା,୧୫/୧୧: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଗୋଷ୍ଠୀ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ନୂଆସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି। କରୋନା ମହାମାରୀ କବଳରୁ କିଛି ମାତ୍ରାରେ ଆଶ୍ବସ୍ତ ମିଳିଥିବାରୁ ସରକାରଙ୍କ ନିର୍ଦ୍ଦେଶ କ୍ରମେ କେବଳ ଅଷ୍ଟମ, ନବମ ଓ ଦଶମ ଶ୍ରେଣୀ ଛାତ୍ର ଛାତ୍ରୀ ମାନଙ୍କୁ ନେଇ ପ୍ରଥମେ ବିଦ୍ୟାଳୟ ସ୍ତରୀୟ ଏବଂ ପରେ ବ୍ଲକ୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମର ଆୟୋଜନ କରାଯାଇ ଥିଲା।
ଏହି କାର୍ଯ୍ୟକ୍ରମରେ ବାଲିଗୁଡ଼ା ବ୍ଲକର ପ୍ରାୟ ୬୦ ରୁ ଉର୍ଦ୍ଧ ବିଦ୍ୟାଳୟ ମାନଙ୍କରୁ ୧୫୦ରୁ ଉର୍ଦ୍ଧ ଛାତ୍ର ଛାତ୍ରୀ ବକ୍ତୃତା, ରଚନା, ଚିତ୍ର ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ ଇତ୍ୟାଦି ପ୍ରତିଯୋଗିତାରେ ଭାଗ ନେଇ ନିଜ ନିଜର କଳା ପ୍ରଦର୍ଶନ କରିଥିଲେ।
ପ୍ରତ୍ୟେକ ପ୍ରତିଯୋଗିତାରେ ପ୍ରଥମ, ଦିତୀୟ ଏବଂ ତୃତୀୟ ସ୍ଥାନ ଅଧିକାର କରିଥିବା କୃତି ପ୍ରତିଯୋଗୀଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। ସେମାନଙ୍କ ମଧ୍ୟରୁ ପ୍ରଥମ ସ୍ଥାନ ଅଧିକାର କରିଥିବା କୃତି ପ୍ରତିଯୋଗୀ ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର‌୍ୟ୍ୟକ୍ରମରେ ଭାଗ ନେବାକୁ ଘୋଷଣା କରାଯାଇଥିଲା।
ଏହି କାର୍ଯ୍ୟକ୍ରମକୁ ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ ବଳରାମ ବେହେରା ଓ ନୂଆ ସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ରେଣୁକାବତୀ ସାହାଣୀ ଉଦଘାଟନ କରିଥିଲେ ଏବଂ ଉଦଯାପନ ଉତ୍ସବରେ ଯୋଗଦେଇ ବାଲିଗୁଡ଼ା ଗୋଷ୍ଠୀ ଶିକ୍ଷା ଅଧିକାରୀ ମହେଶ୍ୱର ମାଝୀ , ଅବସରପ୍ରାପ୍ତ ଅଧ୍ୟକ୍ଷ ମଧୁସୂଦନ ମହାପାତ୍ର ଓ ଶ୍ରୀମତୀ ରେଣୁକାବତୀ ସାହାଣୀ କୃତି ପ୍ରତିଯୋଗୀଙ୍କୁ ପୁରସ୍କାର ବିତରଣ କରିଥିଲେ। ବାଲିଗୁଡ଼ା ବ୍ଲକର ସମସ୍ତ ସିଆରସିସି, ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କ ସହଯୋଗ କ୍ରମେ ଏହି କାର‌୍ୟ୍ୟକ୍ରମ ସଫଳତା ପୂର୍ବକ ଶେଷ ହୋଇଥିଲା।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031