Indus Valley Times

ରାଜ୍ୟରେ ଖସୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୮୩ କରୋନା ପଜିଟିଭ୍

 Breaking News

ରାଜ୍ୟରେ ଖସୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୮୩ କରୋନା ପଜିଟିଭ୍

ରାଜ୍ୟରେ ଖସୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୮୩ କରୋନା ପଜିଟିଭ୍
March 12
10:47 2022

ଭୁବନେଶ୍ବର, ୧୨/୩: ଶନିବାର ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୩୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏଥିମଧ୍ୟରୁ ୨୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଶନିବାରସମ୍ବଲପୁର ଜିଲ୍ଲାରୁ ସର୍ବାଧିକ ୧୨ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ, ଗତକାଲି ୧୦୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧ ଜଣ, ବାଲେଶ୍ୱର ଜିଲ୍ଲାରୁ ୪ ଜଣ, ବରଗଡ଼ ଜିଲ୍ଲାରୁ ୧ ଜଣ, ଭଦ୍ରକ ଜିଲ୍ଲାରୁ ୧ଜଣ, ବଲାଙ୍ଗୀରରୁ ୪ ଜଣ, କଟକରୁ ୫ ଜଣ, ଗଜପତିରୁ ୮ ଜଣ, ଗଞ୍ଜାମରୁ ୨ ଜଣ, ଯାଜପୁରରୁ ୧ ଜଣ, କଳାହାଣ୍ଡି ଜିଲ୍ଲାରୁ ୧ ଜଣ, କନ୍ଧମାଳ ଜିଲ୍ଲାରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୪ ଜଣ, କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ସେହିପରି ଖୋର୍ଦ୍ଧାରୁ ୫ ଜଣ, କୋରାପୁଟରୁ ୩ ଜଣ, ମୟୂରଭଞ୍ଜରୁ ୫ ଜଣ, ନବରଙ୍ଗପୁରରୁ ୬ ଜଣ, ନୟାଗଡ଼ରୁ ୧ଜଣ, ପୁରୀରୁ ୧ ଜଣ, ସମ୍ୱଲପୁରରୁ ୧୨ ଜଣ, ସୁନ୍ଦରଗଡ଼ରୁ ୧୦ ଜଣ , ସୋନପୁର ଜିଲ୍ଲାରୁ ୫ ଜଣ ଓ ଷ୍ଟେଟ ପୁଲରୁ ୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୬, ୫୪୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୬, ୪୦୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୯୭୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031