Indus Valley Times

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୬ କରୋନା ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୭୭୩ ଜଣକୁ ବୃଦ୍ଧି

 Breaking News

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୬ କରୋନା ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୭୭୩ ଜଣକୁ ବୃଦ୍ଧି

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୬ କରୋନା ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୭୭୩ ଜଣକୁ ବୃଦ୍ଧି
April 06
10:33 2022

ଭୁବନେଶ୍ୱର ,୬/୪ : ବୁଧବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୭୭୩ ଜଣକୁ ବୃଦ୍ଧି ପାଇଛି ।
ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୪ ଜଣ ରହିଛନ୍ତି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୬ ଜଣ ଥିବା ବେଳେ ସମ୍ବଲପୁରରୁ ୩ ଜଣ, ବଲାଙ୍ଗୀର ଓ ଯାଜପୁରରୁ ୨ ଜଣ ଲେଖାଏଁ, କେନ୍ଦ୍ରାପଡା, ରାୟଗଡା ଓ ସୁନ୍ଦରଗଡରୁ ଜଣେ ଲେଖାଏଁ ସଂକ୍ରମିତ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୭୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୩୨ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୮୩୬୭ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୦୮୨୦୪୮୭ସାମ୍ପୁଲ ଟେଷ୍ଟ୍ ହୋଇଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031