Indus Valley Times

ଯାଜପୁର : ଜିଲ୍ଳାସ୍ତରୀୟ ଅଭିଯୋଗ ଶୁଣାଣି ଅନୁଷ୍ଠିତ

 Breaking News

ଯାଜପୁର : ଜିଲ୍ଳାସ୍ତରୀୟ ଅଭିଯୋଗ ଶୁଣାଣି ଅନୁଷ୍ଠିତ

April 18
19:50 2022

ଅକ୍ଷୟ ରାଉତଙ୍କ ରିପୋର୍ଟ
ଯାଜପୁର, ତା ୧୮/୪ : ଦୀର୍ଘ ୨ ବର୍ଷ ହେଲା କରୋନା ମହାମାରା ଯୋଗୁ ପ୍ରତ୍ୟକ୍ଷ୍ୟ ଭାବେ ଜିଲ୍ଳାସ୍ତରୀୟ ଅଭିଯୋଗ ଶୁଣାଣି ବନ୍ଦ ରହିଥିଲା । ରାଜ୍ୟ ସରକାରଙ୍କ ନିଷ୍ପି ମୁତାବକ ତା ୧୮/୪/୨୦୨୨ ରିଖ ଠାରୁ ଏହା ଚାଲୁ ରହିବ ।
ସୋମବାର ପୂର୍ବାହ୍ନରେ ଜିଲ୍ଳା ଜିଲ୍ଳାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ ଗୃହରେ ଜିଲ୍ଳାସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା । ଏଥିରେ ଯାଜପୁର ଜିଲ୍ଳାପାଳ ଚକ୍ରୱର୍ତ୍ତୀ ସିଂହ ରାଠୋର ଅଧ୍ୟକ୍ଷତା କରିବା ସହ ଶିବିରକୁ ଆସୁଥିବା ଅଭିଯୋଗକାରୀଙ୍କର ସମସ୍ୟାର ସମାଧାନ ତ୍ୱରାନ୍ୱିତ ପ୍ରକ୍ରିୟାରେ କରିବାକୁ ପରାମର୍ଶ ଦେଇଥିଲେ ।
ପ୍ରଶାସନକୁ ଲୋକାଭିମୁଖୀ କରିବା ସହ ଆଇନର ପରିସରରେ ସାଧାରଣ ଲୋକଙ୍କର ସମସ୍ୟାର ସମାଧାନ ସଂପନ୍ନ କରିବା ହେଉଚ୍ଥି ଅଭିଯୋଗ ଶୁଣାଣି ଶିବିରର ଆଭିମୁଖ୍ୟ ।
ତେଣୁ ପ୍ରତ୍ୟେକ ଦାୟିତ୍ୱର ସହ ଏହାକୁ ନିର୍ବାହ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ । ଏହି ଶୁଣାଣିରେ ମୋଟ ୯୫ ଗୋଟି ଅଭିଯୋଗ ମଧ୍ୟରୁ ୫୮ ଗୋଟି ସାମୁହିକ, ୧୬ ଗୋଟି ରେଡକ୍ରସ ସହାୟତା ପାଇଁ ଓ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଂଠିରୁ ସହାୟତା ପାଇଁ ୨୧ ଗୋଟି ଆବେଦନ ପତ୍ର ମିଳିଥିଲା ।
ଆବାସ ଯୋଜନା, ଭା ପ୍ରଦାନ, ଚିକିôସା ସହାୟତା, ଜମିଜମା ସମ୍ୱନ୍ଧୀୟ, ଇତ୍ୟାଦି ସଂପର୍କରେ ଏହି ଅଭିଯୋଗ ଗୁଡିକ ପଂଜିକୃତ ହୋଇଥିଲା । ତତତ୍କଣାତ୍ ୪୮ ଗୋଟି ଆବେଦନର ସମାଧାନ କରାଯାଇଥିଲା ।

ଏହି ଶିବିରରେ ଅତିରିକ୍ତ ଜିଲ୍ଳାପାଳ(ରାଜସ୍ୱ) ଅକ୍ଷୟ କୁମାର ମଲ୍ଳିକ, ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ ଅଶୋକ କୁମାର ବେହୁରିଆ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ନାରାୟଣ ଚନ୍ଦ୍ର ବାରିକ, ଯାଜପୁର ବି.ଡି.ଓ. ସୈାରଭ ଚକ୍ରବର୍ତ୍ତୀ, ଯାଜପୁର ପୈାର ନିର୍ବାହୀ ଅଧିକାରୀ ସୂର୍ଯ୍ୟମଣି ପାଟଯୋଶୀ, ଜିଲ୍ଳା ସୂଚନା ଓ ଲୋକ ସଂପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ, ଜିଲ୍ଳା ସଂସ୍କୃତି ଅଧିକାରୀ ଦୁର୍ଯ୍ୟୋଧନ ମଲ୍ଳିକ, ଡେପୁଟୀ କଲେକ୍ଟର ଅସ୍ମିତା ଦାଶ, ଜିଲ୍ଳା ଶିଶୁ ସୁରକ୍ଷା ଅଧିକାରୀ ନିରଂଜନ କର, ଜିଲ୍ଳା ଅଭିଯୋଗ ପ୍ରକୋଷ୍ଠ ଅଧିକାରୀ ତିଳୋମା ପୃଷ୍ଟି ଓ ଜିଲ୍ଳ୍ା ସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031