Indus Valley Times

ଗତ ୨୪ ଘଣ୍ଟା ମଧ୍ୟରେ ୧୪ ଜଣ କରୋନା ପଜିଟିଭ ଚିହ୍ନଟ, ୪ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର

 Breaking News

ଗତ ୨୪ ଘଣ୍ଟା ମଧ୍ୟରେ ୧୪ ଜଣ କରୋନା ପଜିଟିଭ ଚିହ୍ନଟ, ୪ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର

ଗତ ୨୪ ଘଣ୍ଟା ମଧ୍ୟରେ ୧୪ ଜଣ କରୋନା ପଜିଟିଭ ଚିହ୍ନଟ, ୪ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର
May 12
10:51 2022

ଭୁବନେଶ୍ବର, ୧୨/୫: ଗତକାଲି ୧୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗୁରୁବାର ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୬ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି।
ଏଥିମଧ୍ୟରୁ ୪ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୭ଟି ଜିଲ୍ଲାରୁ ୧୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୩ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ।
ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ କଟକ ଜିଲ୍ଲାରୁ ୧ ଜଣ, ଗଜପତି ଜିଲ୍ଲାରୁ ୨ ଜଣ, ଯାଜପୁର ଜିଲ୍ଲାରୁ ୧ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ନୂଆପଡ଼ା ଜିଲ୍ଲାରୁ ୨ ଜଣ, ସମ୍ବଲପୁର ଜିଲ୍ଲାରୁ ୧ ଜଣ ଓ ଷ୍ଟେଟପୁଲରୁ ୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୮, ୨୫୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୮, ୯୩୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୩୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031