Indus Valley Times

ଗତ ୨୪ ଘଣ୍ଟାରେ ୯୪୫ କରୋନା ପଜିଟିଭ ଚିହ୍ନଟ, ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୦୦୮୭୩କୁ ବୃଦ୍ଧି

 Breaking News

ଗତ ୨୪ ଘଣ୍ଟାରେ ୯୪୫ କରୋନା ପଜିଟିଭ ଚିହ୍ନଟ, ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୦୦୮୭୩କୁ ବୃଦ୍ଧି

ଗତ ୨୪ ଘଣ୍ଟାରେ ୯୪୫ କରୋନା ପଜିଟିଭ ଚିହ୍ନଟ, ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୦୦୮୭୩କୁ ବୃଦ୍ଧି
July 19
11:45 2022

ଭୁବନେଶ୍ୱର, ୧୯/୭ : ଲଗାତର ଭାବେ କିଛି ଦିନ ହେଲା ଏକ ହଜାର ଉପରେ ରହୁଥିଲା କରୋନା । କିନ୍ତୁ ଏହା ହ୍ରାସ ପାଇଛି । cwkaûe ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯୪୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୫୩ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୩୯୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୧୦ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୦୦୮୭୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ୫ଜଣ, ବରଗଡ଼ ଜିଲ୍ଲାରୁ ୯ଜଣ, ଭଦ୍ରକ ଜିଲ୍ଲାରୁ ୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୨ଜଣ, ବୌଦ୍ଧ ଜିଲ୍ଲାରୁ ୧୨ଜଣ, କଟକ ଜିଲ୍ଲାରୁ ୭୫ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୯ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୧୪ଜଣ, ଯାଜପୁର ଜିଲ୍ଲାରୁ ୧୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କଳାହାଣ୍ଡି ଜିଲ୍ଲାରୁ ୧୮ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୭୧ଜଣ, କୋରାପୁଟ ଜିଲ୍ଲାରୁ ୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ନୟାଗଡ଼ ଜିଲ୍ଲାରୁ ୨୭ଜଣ, ନୂଆପଡ଼ା ଜିଲ୍ଲାରୁ ୭ଜଣ, ପୁରୀ ଜିଲ୍ଲାରୁ ୨୦ଜଣ, ରାୟଗଡ଼ା ଜିଲ୍ଲାରୁ ୧୫ଜଣ, ସମ୍ବଲପୁର ଜିଲ୍ଲାରୁ ୫୩ଜଣ, ସୋନପୁର ଜିଲ୍ଲାରୁ ୩୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁୂ ୧୦୩ଜଣ, ଷ୍ଟେଟ ପୁଲ୍ରୁ ୭୬ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୦୦୮୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୩୧୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୮୫୩୭୪ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୩୮୮୭୪୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031