Indus Valley Times

ଗୃହରକ୍ଷୀମାନଙ୍କ ଭତ୍ତା ବଢ଼ିଲା: ୯ ହଜାରରୁ ହେଲା ୧୨୨୮୦ ଟଙ୍କା

 Breaking News

ଗୃହରକ୍ଷୀମାନଙ୍କ ଭତ୍ତା ବଢ଼ିଲା: ୯ ହଜାରରୁ ହେଲା ୧୨୨୮୦ ଟଙ୍କା

August 07
12:46 2022

ଭୁବନେଶ୍ୱର, ୭/୮: ବଢ଼ିଲା ଗୃହରକ୍ଷୀମାନଙ୍କ ଡ୍ୟୁଟି କଲ୍ ଅପ୍ ଭତ୍ତା। ଗୃହରକ୍ଷୀଙ୍କ ଡ୍ୟୁଟି କଲ୍ ଅପ୍ ଭତ୍ତାରେ ରାଜ୍ୟ ସରକାର ୩୮ ପ୍ରତିଶତ ବୃଦ୍ଧି କରିଛନ୍ତି। ଫଳରେ ଏହା ୯ ହଜାର ଟଙ୍କାରୁ ବୃଦ୍ଧି ପାଇ ୧୨ ହଜାର ୪୮୦ ଟଙ୍କାରେ ପହଞ୍ଚିଛି ।
ତେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଥିଲା। ଏହା ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ଲାଭ କରିଛି।
ପୂର୍ବରୁ ଗୃହରକ୍ଷୀ ମାନଙ୍କୁ ଡ୍ୟୁଟି କଲ୍ ଅପ୍ ଭତ୍ତା ଭାବରେ ମାସିକ ୯୦୦୦ ଟଙ୍କା ମିଳୁଥିଲା। ଏହାକୁ ଦୈନିକ ୪୧୬ ଟଙ୍କାକୁ ବୃଦ୍ଧି କରାଯାଇଛି । ଏହା ଛଡ଼ା ପୂର୍ବରୁ ମିଳୁଥିବା ଅନ୍ୟାନ୍ୟ ଭତ୍ତା ମଧ୍ୟ ସେମାନଙ୍କୁ ମିଳିବ।

About Author

indadmin

indadmin

Related Articles

Archives

Calendar

September 2024
M T W T F S S
 1
2345678
9101112131415
16171819202122
23242526272829
30