Indus Valley Times

ନେତାଜୀ ସଂଗ୍ରହାଳୟରେ ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ଅମିତ ଶାହା

 Breaking News

ନେତାଜୀ ସଂଗ୍ରହାଳୟରେ ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ଅମିତ ଶାହା

ନେତାଜୀ ସଂଗ୍ରହାଳୟରେ ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ଅମିତ ଶାହା
August 08
12:51 2022

କଟକ,୮/୮: ରବିବାର ଦିନ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା । ସୋମବାର ଦିନ ଶାହା ଲିଙ୍ଗରାଜ ମନ୍ଦିରରେ ପହଞ୍ଚି ପ୍ରଭୁଙ୍କ ଦର୍ଶନ ଲାଭ କରିଛନ୍ତି । ଲିଙ୍ଗରାଜ ମନ୍ଦିରରେ ଜଳାଭିଷେକ କରିଛନ୍ତି ଶାହା । ଏହାପରେ କଟକରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ ବିପୁଳ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି।
ପ୍ରଥମେ ଫୁଲନଖରା ଠାରେ ସମ୍ବର୍ଦ୍ଧିତ କରାଯାଇଥିବା ବେଳେ ପରେ କଟକ ଲିଙ୍କରୋଡ, ପାଲାମଣ୍ଡପ, ବାଦାମବାଡ଼ି, ଦୋଳମୁଣ୍ଡାଇ, ହରିପୁର ସମେତ ସମସ୍ତ ପ୍ରମୁଖ ସ୍ଥାନମାନଙ୍କରେ ସମ୍ବର୍ଦ୍ଧିତ କରାଯାଇଛି। ଏହାପରେ ଅମିତ ଶାହ ଓଡ଼ିଆ ବଜାରଠାରେ ଥିବା ନେତାଜୀଙ୍କ ଜନ୍ମସ୍ଥାନ ଓ ସଂଗ୍ରହାଳୟରେ ପହଞ୍ଚି ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ସଂଗ୍ରହାଳୟ ପରିଦର୍ଶନ କରିଛନ୍ତି।
ଏଠାରୁ ସେ କଟକ ଇନଡୋର ଷ୍ଟାଡିୟମ୍ ଅଭିମୁଖେ ଯାଇଛନ୍ତି। ଇନଡୋର୍ ଷ୍ଟାଡିୟମରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଦୈନିକ ‘ପ୍ରଜାତନ୍ତ୍ର’ର ୭୫ତମ ବାର୍ଷିକ ଉତ୍ସବରେ ଯୋଗଦେବେ। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଗସ୍ତ ଲାଗି କଟକରେ ସୁରକ୍ଷା ପାଇଁ ୩୦ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯାଇଛି ।

About Author

indadmin

indadmin

Related Articles

Archives

Calendar

September 2024
M T W T F S S
 1
2345678
9101112131415
16171819202122
23242526272829
30