Indus Valley Times

ଆସୁଛି ଆଉ ଏକ ଲଘୁଚାପ : ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା, ୧୭ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ

 Breaking News

ଆସୁଛି ଆଉ ଏକ ଲଘୁଚାପ : ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା, ୧୭ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ

ଆସୁଛି ଆଉ ଏକ ଲଘୁଚାପ : ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା, ୧୭ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ
August 18
11:07 2022

ନୂଆଦିଲ୍ଲୀ, ୧୮/୮: ଆଜି ଭୋର୍ ୫.୩୦ରେ ବାଂଲାଦେଶ ଓ ମିଆଁମାର୍ ଉପକୂଳ ଅନ୍ତର୍ଗତ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା କଥା ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି।
ଉପରୋକ୍ତ ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗ ଆଡ଼କୁ ଗତିକରି ଆଗାମୀ ୧୨ ଘଣ୍ଟା ମଧ୍ୟରେ ଆହୁରି ସୁଦୃଶ ହେବା ସହିତ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଗଭୀର ଅବପାତ ହୋଇଯିବାର ସମ୍ଭାବନା ଅଛି।
ଏହି ଲଘୁଚାପ କ୍ଷେତ୍ର ବା ଘୂର୍ଣ୍ଣିବଳୟ କ୍ରମଶଃ ସକ୍ରିୟ ହେଉଥିବାରୁ ଓଡ଼ିଶାରେ ଆଜିଠାରୁ ବର୍ଷାର ବିସ୍ତୃତି ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଏଥିପାଇଁ ଉପକୂଳ ଅଞ୍ଚଳ ସମେତ ତାହାର ପାଶ୍ବବର୍ତ୍ତୀ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ସତର୍କ କରାଇ ଦିଆଯାଇଛି।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031