Indus Valley Times

ଧାମନଗର ବିଧାନସଭା ଉପନିର୍ବାଚନ ଲାଗି ମତଦାନ ଜାରି

 Breaking News

ଧାମନଗର ବିଧାନସଭା ଉପନିର୍ବାଚନ ଲାଗି ମତଦାନ ଜାରି

ଧାମନଗର ବିଧାନସଭା ଉପନିର୍ବାଚନ ଲାଗି ମତଦାନ ଜାରି
November 03
13:19 2022

ଭୁବନେଶ୍ୱର,୩ ।୧୧: ଆରମ୍ଭ ହୋଇଛି ଧାମନଗର ବିଧାନସଭା ଉପନିର୍ବାଚନ ଲାଗି ଭୋଟ ଗ୍ରହଣ। ଧାମନଗର ବିଧାନସଭା ଆସନ ଲାଗି ଆଜି ସକାଳ ୭ରୁ ମତଦାନ ଆରମ୍ଭ ହୋଇଛି। ଭୋଟ ଦେବା ପାଇଁ ସକାଳୁ ସକାଳୁ ବିଭିନ୍ନ ଭୋଟଗ୍ରହଣ କେନ୍ଦ୍ରରେ ଭୋଟରଙ୍କ ଭିଡ ଦେଖିବାକୁ ମିଳିଛି। ଆଜିର ଭୋଟଗ୍ରହଣ ସନ୍ଧ୍ୟା ୬ଟା ପର‌୍ୟ୍ୟନ୍ତ ଚାଲିବ। ଭୋଟରଙ୍କ ପାଇଁ ୨୫୨ଟି କେନ୍ଦ୍ରରେ ମତଦାନ ବ୍ୟବସ୍ଥା ହୋଇଥିବା ବେଳେ ନିର୍ବାଚନମଣ୍ଡଳୀର ମୋଟ୍ ୨ ଲକ୍ଷ ୩୮ହଜାର ୩୫୦ ଭୋଟର ୫ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ତିହିଡିର ୭୦ ବୁଥରେ ୬୮ ହଜାର ୫୦୬ ଜଣ ଭୋଟର ଭୋଟ ଦେବେ। ସେହିପରି ଧାମନଗର ବ୍ଲକର ୧୮୨ଟି ବୁଥରେ ମୋଟ ୧ ଲକ୍ଷ ୭୯ ହଜାର ୮୩୮ ଜଣ ଭୋଟର ଭୋଟ ଦେବେ। ଆଜି ମୋଟ ୧ ଲକ୍ଷ ୨୩ ହଜାର ୧୩ ଜଣ ପୁରୁଷ ଭୋଟର ଭୋଟ ଦେବାକୁ ଥିବା ବେଳେ ୧ ଲକ୍ଷ ୧୫ ହଜାର ୩୧୪ ଜଣ ଭୋଟର ମତଦାନ କରିବେ।
ଭୋଟଗ୍ରହଣ କେନ୍ଦ୍ରରେ ଶାନ୍ତି ଶୃଙ୍ଖଳା ରକ୍ଷା ନିମନ୍ତେ ୯୯୭ ଜଣ ପୁଲିସ କର୍ମଚାରୀଙ୍କୁ ବିଭିନ୍ନ ମତଦାନ କେନ୍ଦ୍ରରେ ନିୟୋଜିତ କରାଯାଇଛି। ଏହି ନିର୍ବାଚନମଣ୍ଡଳୀରେ ୧୨୬ଟି ୱେବ୍ କଷ୍ଟ ବୁଥ କରାଯାଇଥିବା ବେଳେ ୧୫ଟି ଆଦର୍ଶ ବୁଥ୍ ଓ ମହିଳାଙ୍କ ନିମନ୍ତେ ୫ଟି ପିଙ୍କ୍ ବୁଥ୍ର ବ୍ୟବସ୍ଥା କରାଯାଇଛି। ଚିହ୍ନଟ ହୋଇଥିବା ୧୧୦ଟି ଉତ୍ତେଜନାପ୍ରବଣ ବୁଥ୍ ଓ ୫୦ଟି ଅତି ଉତ୍ତେଜନାପ୍ରବଣ ବୁଥ୍ରେ ସଶସ୍ତ୍ର ବଳଙ୍କୁ ମୁତୟନ କରାଯିବା ସହ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ନିର୍ବାଚନ ରଣାଙ୍ଗନରେ ତିନି ପ୍ରମୁଖ ରାଜନୈତିକ ଦଳ ବିଜେପି, ବିଜେଡି, କଂଗ୍ରେସ ପ୍ରାର୍ଥୀଙ୍କ ସହ ଦୁଇ ଜଣ ସ୍ବାଧୀନ ପ୍ରାର୍ଥୀ ପ୍ରତିଦ୍ବନ୍ଦ୍ବିତା କରୁଛନ୍ତି। ବିଜେପି ପ୍ରାର୍ଥୀ ସୂର‌୍ୟ୍ୟବଂଶୀ ସୂରଜ ସ୍ଥିତପ୍ରଜ୍ଞ, ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସ, କଂଗ୍ରେସ ପ୍ରାର୍ଥୀ ବାବା ହରେକୃଷ୍ଣ ସେଠୀ, ସ୍ବାଧୀନ ପ୍ରାର୍ଥୀ ତଥା ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ ଓ ପବିତ୍ର ମୋହନ ଦାସଙ୍କ ଭାଗ୍ୟ ଆଜି ନିର୍ଣ୍ଣୟ କରିବେ ଧାମନଗରର ଜନତା ଜନାର୍ଦ୍ଦନ।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031