Indus Valley Times

ବୌଦ୍ଧ ବ୍ଲକ ଟିକରପଡାରେ ଜିଲାପାଳ ଓ ଏସପିଙ୍କ ଯୁଗ୍ମ ଜନଶୁଣାଣି

 Breaking News

ବୌଦ୍ଧ ବ୍ଲକ ଟିକରପଡାରେ ଜିଲାପାଳ ଓ ଏସପିଙ୍କ ଯୁଗ୍ମ ଜନଶୁଣାଣି

September 27
08:03 2022

Boudh: Joint-hearing by Collector and SP held at Tikarapada

By Kambhudhar Kheti

ବୌଦ୍ଧ,27/09  : ବୌଦ୍ଧ ବ୍ଲକ ଅନ୍ତର୍ଗତ ଟିକରପଡା ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ସୋମବାରଦିନ  ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର  ଅନୁଷ୍ଠିତ ହୋଇଯାଇଛି ।

ଜିଲ୍ଲାପାଳ ସତ୍ୟରଞ୍ଜନ ସାହୁ  ଓ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମିନାଙ୍କ ଉପସ୍ଥିତିରେ ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି ଶିବିରରେ ସମୁଦାୟ ୧୦୩  ଗୋଟି ଆପତ୍ତି ଅଭିଯୋଗ ଆସିଥିବାବେଳେ ସେଥିମଧ୍ୟରୁ ୯୮  ଗୋଟି ବ୍ୟକ୍ତିଗତ ମାମଲା ଓ ୫ ଗୋଟି ବିଭିନ୍ନ ଗ୍ରାମର ସାମୁହିକ ମାମଲା ରହିଥିଲା ।

ଅଭିଯୋଗ ଗୁଡିକ ମଧ୍ୟରୁ ୩୦  ଗୋଟି ଅଭିଯୋଗକୁ ତତ୍କାଳ ଫଇସଲା କରାଯାଇ ସେଥିମଧ୍ୟରୁ ୩ ଗୋଟି ଅଭିଯୋଗ  ସଂପର୍କରେ ଅନୁଧ୍ୟାନ କରାଯାଇ  ଜିଲ୍ଲା ରେଡକ୍ରସ ପାଣ୍ଠିରୁ  ୪୫୦୦ ହଜାର ଟଙ୍କାର ସହାୟତା ଯୋଗାଇ ଦିଆଯାଇଥିଲା ।

ଏହି ଶିବିରରେ ଜିଲ୍ଲାପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ  ଅଶି୍ୱନୀ କୁମାର ମେହେର,ଉପଜିଲାପାଳ ସନତ କୁମାର ନାଏକ, ବିଡିଓ ଅବିନାଶ ପାଣ୍ଡିଆ, ତହସିଲଦାର ଦେବୀ ପ୍ରସାଦ ଦାଶ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଅଭୟ କୁମାର ଦାଶ,ଜିଲା ଶିଶୁ ସୁରକ୍ଷା ଅଧିକାରୀ ରାହୁଲ କୁମାର ପ୍ରଧାନ,ଜିଲା ସମାଜ ମଙ୍ଗଳ ଅଧିକାରୀ ଏସ.କୁଜୁର, ସିଡିପିଓ ମିନତୀ ଦେଓ,ଟିଆରଓ ମହାପାତ୍ର କୁଲଦୀପ ମହାନ୍ତି,ସହକାରୀ ଜିଲ୍ଲାପାଳ ଚନ୍ଦ୍ରକାନ୍ତ ବେହେରାଙ୍କ ସମେତ ସମସ୍ତ ବିଭାଗୀୟ ଅଧିକାରୀ ଓ କନିଷ୍ଠ ଯନ୍ତ୍ରୀମାନେ ଉପସ୍ଥିତ ଥିଲେ ।

ଅଭିଯୋଗ ଗୁଡିକର ତୁରନ୍ତ ସମାଧାନ ପାଇଁ ଜିଲ୍ଲାପାଳ ଶ୍ରୀସାହୁ ନିର୍ଦ୍ଦେଶ ଦେଇଥିଲେ । ପରେ ପରେ ଜିଲ୍ଳାପାଳ ଏବଂ ସମସ୍ତ ଅଧିକାରୀ ଟିକରପଡାଠାରେ ସମନ୍ୱିତ ଶିଶୁ ବିକାଶ ବିଭାଗ ପକ୍ଷରୁ ଆୟୋଜିତ ପୋଷଣ ମାସ କାର୍ଯ୍ୟକ୍ରମର ଖାଦ୍ୟ ପ୍ରଦର୍ଶନୀ ବୁଲିଦେଖିଥିଲେ ଏବଂ ଫୁରୁଡା ବିଦ୍ୟାଳୟ,ଅଙ୍ଗନବାଡି କେନ୍ଦ୍ର ପରଦର୍ଶନ କରି ଛାତ୍ରଛାତ୍ରୀମାନଙ୍କ ସହିତ ଆଲୋଚନା କରିଥିଲେ ।

About Author

indadmin

indadmin

Related Articles

Archives

Calendar

June 2024
M T W T F S S
 12
3456789
10111213141516
17181920212223
24252627282930