Indus Valley Times

ଅବପାତରେ ପରିଣତ ହେଲା ସୁଦୃଶ୍ୟ ଲଘୁଚାପ; ମଧ୍ୟରାତିରେ ଓଡ଼ିଶା ଉପକୂଳ ଅତିକ୍ରମ କରିବ

 Breaking News

ଅବପାତରେ ପରିଣତ ହେଲା ସୁଦୃଶ୍ୟ ଲଘୁଚାପ; ମଧ୍ୟରାତିରେ ଓଡ଼ିଶା ଉପକୂଳ ଅତିକ୍ରମ କରିବ

ଅବପାତରେ ପରିଣତ ହେଲା ସୁଦୃଶ୍ୟ ଲଘୁଚାପ; ମଧ୍ୟରାତିରେ ଓଡ଼ିଶା ଉପକୂଳ ଅତିକ୍ରମ କରିବ
August 31
13:41 2024

ଭୁବନେଶ୍ୱର,୩୧/୮: କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସୁଦୃଶ୍ୟ ଲଘୁଚାପ ଅବପାତରେ ପରିଣତ ହୋଇଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମକୁ ମୁହାଁଇ ମଧ୍ୟରାତିରେ ଉତ୍ତର ଆନ୍ଧ୍ର ଓ ସଂଲଗ୍ନ ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କରିବ।
ଏହା କଳିଙ୍ଗପଟ୍ଟନମ ଠାରୁ ୮୦ କି.ମି. ଦୂରରେ ଥିବା ବେଳେ ଗୋପାଳପୁର ଠାରୁ ୧୮୦ କିମି ଦୂରରେ ଅବସ୍ଥିତ ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍ କରି ଏହି ସୂଚନା ଦିଆଯାଇଛି।
ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆଜି ମଧ୍ୟ କଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟ ଜିଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏ ନେଇ ଏସବୁ ଜିଲାକୁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି।
ସେହିପରି ନୂଆପଡ଼ା କଳାହାଣ୍ଡି, ରାୟଗଡ଼ା, ଗଜପତି ଓ ବଲାଙ୍ଗୀର ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ନିଂ ଜାରି କରାଯାଇଛି।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031