Indus Valley Times

ଆଗାମୀ ୨୪ ଘଣ୍ଟାରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା

 Breaking News

ଆଗାମୀ ୨୪ ଘଣ୍ଟାରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା

ଆଗାମୀ ୨୪ ଘଣ୍ଟାରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା
July 06
10:22 2025

ଭୁବନେଶ୍ୱର, ୬/୭ : ସାରା ରାଜ୍ୟରେ ସକ୍ରିୟ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗିରହିଛି ।
ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଆଗାମୀ ୨୪ ଘଣ୍ଟାରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଏହାର ଆଖପାଖରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ଆସନ୍ତାକାଲି ବିଭିନ୍ନ ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ଚେତାବନୀ ଜାରି ହୋଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା ଓ କେନ୍ଦୁଝର ଜିଲ୍ଲାକୁ କାଲି ପାଇଁ ଅରେଞ୍ଜ ୱାର୍ଣ୍ଣିଂ ସହ ୧୪ ଜିଲ୍ଲାକୁ ପ୍ରବଳ ବର୍ଷା ଓ ବଜ୍ରପାତ ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930