Indus Valley Times

ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ଲାଗି ରହିବ ବର୍ଷା, ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

 Breaking News

ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ଲାଗି ରହିବ ବର୍ଷା, ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

June 20
20:03 2022

ଭୁବନେଶ୍ୱର, ୨୦/୬: ଦକ୍ଷିଣ- ପଶ୍ଚିମ ମୋସୁମୀ ବାୟୁ ସମଗ୍ର ରାଜ୍ୟକୁ ଅଗ୍ରସର ହୋଇଯାଇଛି। ଏପରିସ୍ଥିତିରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ତମାମ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସହିତ ଅନେକ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।
ତେବେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ୨୧ ତାରିଖ, ମଙ୍ଗଳବାର ମଧ୍ୟାହ୍ନ ସୁଦ୍ଧା ଓଡିଶାର ୧୩ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ବିଶେଷ କରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ଗଂଜାମ, ମୟୂରଭଂଜ ଓ ଢ଼େଙ୍କାନାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଓଡିଶାର ବାକି ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
ଅନ୍ୟପକ୍ଷରେ ଏହି ସମୟ ମଧ୍ୟରେ ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲା ଏବଂ ଉତ୍ତର ଉପକୂଳ ଓଡିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।
ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଭୁବନେଶ୍ୱରର କିଛି ସ୍ଥାନରେ ମଧ୍ୟମରୁ ହାଲୁକା ବର୍ଷା ସହ ବଜ୍ରପାତ ଓ କଟକର କିଛି ସ୍ଥାନରେ ହାଲୁକା ବର୍ଷା ସହ ବଜ୍ରପାତ ହୋଇପାରେ।
ଅନ୍ୟପକ୍ଷରେ ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ଓଡ଼ିଶାର ଅଧିକାଂଶ ଜିଲ୍ଲାଗୁଡ଼ିକର ଅନେକ ସ୍ଥାନରେ ସର୍ବାଧିକ ତାପମାତ୍ରା (ଦିନର ତାପମାତ୍ରା)ରେ କୌଣସି ବଡ଼ ଧରଣର ପରିବର୍ତ୍ତନ ସମ୍ଭାବନା ନଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।

About Author

indadmin

indadmin

Related Articles

Archives

Calendar

January 2025
M T W T F S S
 12345
6789101112
13141516171819
20212223242526
2728293031