Indus Valley Times

ଆଜି ହେଉଛି ପବିତ୍ର ଶାମ୍ବଦଶମୀ, ଚନ୍ଦ୍ରଭାଗାରେ ଜମିଛି ଶ୍ରଦ୍ଧାଳୁଙ୍କ ଭିଡ

 Breaking News

ଆଜି ହେଉଛି ପବିତ୍ର ଶାମ୍ବଦଶମୀ, ଚନ୍ଦ୍ରଭାଗାରେ ଜମିଛି ଶ୍ରଦ୍ଧାଳୁଙ୍କ ଭିଡ

ଆଜି ହେଉଛି ପବିତ୍ର ଶାମ୍ବଦଶମୀ, ଚନ୍ଦ୍ରଭାଗାରେ ଜମିଛି ଶ୍ରଦ୍ଧାଳୁଙ୍କ ଭିଡ
January 09
11:16 2025

ପୁରୀ,୯/୧ : ଆଜି ପବିତ୍ର ଶାମ୍ବ ଦଶମୀ। ଘରେ ଘରେ ଅନୁଷ୍ଠିତ ହେଉଛି ସୂର୍ଯ୍ୟ ପୂଜା। ଏଥିପାଇଁ ଚଳଚଞ୍ଚଳ ହୋଇଛି ଅର୍କକ୍ଷେତ୍ର କୋଣାର୍କ। ସକାଳୁ ସକାଳୁ ଚନ୍ଦ୍ରଭାଗାରେ ହଜାର ହଜାର ଶ୍ରଦ୍ଧାଳୁ ଓ ପର୍ଯ୍ୟଟକ ସୂର୍ଯ୍ୟୋଦୟ ଦର୍ଶନ କରିଛନ୍ତି।
ଶାମ୍ବ ଦଶମୀ ଅବସରରେ କୋଣାର୍କରେ ସୂର୍ଯ୍ୟ ରଥଯାତ୍ରା ଓ ସୌର ମହାଯଜ୍ଞ ଅନୁଷ୍ଠିତ ହେଉଛି। ସୂର୍ଯ୍ୟ ରଥଯାତ୍ରା ୨୭ ଦିନ ଯାଏ ଚନ୍ଦ୍ରଭାଗାରେ ଅନୁଷ୍ଠିତ ହେବ। ଏହାକୁ ଦେଖିବାକୁ କୋଣାର୍କକୁ ପର୍ଯ୍ୟଟକଙ୍କ ସୁଅ ଛୁଟିବ ।
ପୌରାଣିକ କଥା ଅନୁସାରେ, କୃଷ୍ଣଙ୍କ ପୁତ୍ର ଶାମ୍ବ ବ୍ୟାଧି ମୁକ୍ତି ପାଇଁ କୋଣାର୍କ ତଥା ତତ୍କାଳୀନ ମୈତ୍ରେୟ ବନରେ ସୂର‌୍ୟ୍ୟ ଉପାସନା କରିଥିଲେ। ଆଜିର ଦିନରେ ଶାମ୍ବ ଚନ୍ଦ୍ରଭାଗାରେ ସ୍ନାନ କରି ସୂର୍ଯ୍ୟଙ୍କୁ ପୂଜା କରି ବ୍ୟାଧି ମୁକ୍ତ ହୋଇଥିଲେ।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930