Indus Valley Times

ଆଜିଠୁ ରାଜ୍ୟରେ ବଢିବ ତାତି : ୫ରୁ ୬ ଦିନ ମଧ୍ୟରେ ତାପମାତ୍ରା ପ୍ରାୟ ୨ରୁ ୪ଡିଗ୍ରୀ ସେଲସିୟସ ବୃଦ୍ଧି ପାଇପାରେ

 Breaking News

ଆଜିଠୁ ରାଜ୍ୟରେ ବଢିବ ତାତି : ୫ରୁ ୬ ଦିନ ମଧ୍ୟରେ ତାପମାତ୍ରା ପ୍ରାୟ ୨ରୁ ୪ଡିଗ୍ରୀ ସେଲସିୟସ ବୃଦ୍ଧି ପାଇପାରେ

ଆଜିଠୁ ରାଜ୍ୟରେ ବଢିବ ତାତି : ୫ରୁ ୬ ଦିନ ମଧ୍ୟରେ ତାପମାତ୍ରା ପ୍ରାୟ ୨ରୁ ୪ଡିଗ୍ରୀ ସେଲସିୟସ ବୃଦ୍ଧି ପାଇପାରେ
June 02
09:47 2025

ଭୁବନେଶ୍ୱର, ୨/୬ : ଆଜିଠୁ ରାଜ୍ୟରେ ବଢିବ ତାତି। ୫ରୁ ୬ ଦିନ ମଧ୍ୟରେ ତାପମାତ୍ରା ପ୍ରାୟ ୨ରୁ ୪ଡିଗ୍ରୀ ସେଲସିୟସ ବୃଦ୍ଧି ପାଇପାରେ ବୋଲି ପୂର୍ବନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ତେବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁର ଉତ୍ତର ସୀମା ମୁମ୍ବାଇ, ଭବାନୀପାଟଣା, ପୁରୀ, ସ୍ୟାଣ୍ଡହେଡ୍ ଦ୍ବୀପ ଦେଇ ଗତି କରୁଛି।
ଫଳରେ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ଏବଂ ଉପକୂଳ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଯାଇଛି। ତେବେ ଆଙ୍କି କେବେଳ ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ତେଣୁ ଏହି ୩ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ତେବେ ରାଜ୍ୟରେ ତାତି ବଢ଼ିବା ପରେ ପୁଣି ସାଧାରଣ ଜନତାଙ୍କର ଚିନ୍ତା ବଢିଯାଇଛି। ତାତି ଦାଉରୁ ରକ୍ଷା ପାଇବା ପାଇଁ ପ୍ରଶାସନ ପକ୍ଷରୁ ମଧ୍ୟ ବ୍ୟବସ୍ଥା କରାଯାଇଛି।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031