Indus Valley Times

ଆସିଲା ‘ସୁଭଦ୍ରା’ ୨ୟ କିସ୍ତି , ପ୍ରାୟ ୧ କୋଟି ମହିଳାଙ୍କ ଖାତାକୁ ଆସିଲା ଟଙ୍କା

 Breaking News

ଆସିଲା ‘ସୁଭଦ୍ରା’ ୨ୟ କିସ୍ତି , ପ୍ରାୟ ୧ କୋଟି ମହିଳାଙ୍କ ଖାତାକୁ ଆସିଲା ଟଙ୍କା

ଆସିଲା ‘ସୁଭଦ୍ରା’ ୨ୟ କିସ୍ତି , ପ୍ରାୟ ୧ କୋଟି ମହିଳାଙ୍କ ଖାତାକୁ ଆସିଲା ଟଙ୍କା
March 08
13:16 2025

ଛତ୍ରପୁର,୮/୩: ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଆଜି ଅର୍ଥାତ୍ ଶନିବାର ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଛି ସୁଭଦ୍ରା ଟଙ୍କା। ଏହା ଦ୍ୱିତୀୟ କିସ୍ତିର ପ୍ରଥମ ପର୍ଯ୍ୟାୟ ଅଟେ।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଞ୍ଜାମ ଜିଲାର ବ୍ରହ୍ମପୁର ବିବେକ ବିହାରଠାରେ ଶୁଭାରମ୍ଭ କରି ମହିଳାଙ୍କ ଆକାଉଣ୍ଟକୁ ସୁଭଦ୍ରା ଟଙ୍କା ପଠାଇଛନ୍ତି। ପ୍ରାୟ ୧ କୋଟି ମହିଳାଙ୍କ ଆକାଉଣ୍ଟକୁ ସୁଭଦ୍ରା ଟଙ୍କା ଆସିଛି।
କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା, ମତ୍ସ୍ୟ, ପ୍ରାଣୀ ସମ୍ପଦ ଉନ୍ନୟନ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ବ୍ରହ୍ମପୁର ଏମ୍ପି ଡ. ପ୍ରଦୀପ କୁମାର ପାଣିଗ୍ରାହୀ, ଆସିକା ଏମ୍ପି ଅନୀତା ଶୁଭଦର୍ଶିନୀ ଉପସ୍ଥିତ ଅଛନ୍ତି।
ଅନେକ ମହିଳାଙ୍କୁ ସୁଭଦ୍ରା ଟଙ୍କା ଆସିଥିଲେ ବି ମୋବାଇଲକୁ କୌଣସି ମେସେଜ ଆସି ନ ଥିଲା। ଏ ନେଇ ଅନେକ ହିତାଧିକାରୀ ବ୍ୟସ୍ତ ହୋଇପଡିଥିଲେ । ଅଧିକାଂଶଙ୍କ ପାଖରେ ଫୋନରେ ୟୁପିଆଇ ବ୍ୟବସ୍ଥା ନ ଥିବା ହେତୁ ଟଙ୍କା ଆସିଛି କି ନାହିଁ ସେମାନେ ସ୍ପଷ୍ଟ ହୋଇପାରୁନଥିଲେ । କେଉଁଠି କେଉଁଠି ବ୍ୟାଙ୍କ କିମ୍ବା ଏଟିଏମ ଯାଇ ତୁରନ୍ତ ଚେକିଂ କରିବାର ବ୍ୟବସ୍ଥା ମଧ୍ୟ ଉପଲବ୍ଧ ନାହିଁ । ଏପରି କ୍ଷେତ୍ରରେ କେମିତି ଜାଣିବେ ଟଙ୍କା ଆପଣଙ୍କ ଖାତାକୁ ଆସିଛି କି ନାହିଁ ଜାଣନ୍ତୁ ..
ଟଙ୍କା ଆସିଛି କି ନାହଁ ଜାଣିବା ପାଇଁ ସରକାରୀ ୱେବସାଇଟ ସୁଭଦ୍ରା ପୋର୍ଟାଲକୁ ଯାଆନ୍ତୁ। ପୋର୍ଟାଲ ଖୋଲିବା ପରେ ଆପଣଙ୍କ ଡାହାଣ ପାଖରେ କର୍ଣ୍ଣରରେ ଆବେଦନ ସ୍ଥିତି ଉପରେ କ୍ଲିକ କରନ୍ତୁ । ତାପରେ ଆପଣ ସାମ୍ନାରେ ଏକ ବକ୍ସ ଖୋଲିବ, ଯେଉଁଥିରେ ଆପଣଙ୍କୁନ ନିଜର ଆଧାର ନଂ ଦାଖଲ କରିବାକୁ ପଡ଼ିବ।
ପୋର୍ଟାଲ ଖୋଲିବା ପରେ ଆପଣଙ୍କ ଡାହାଣ ପାଖରେ କର୍ଣ୍ଣରରେ ଆବେଦନ ସ୍ଥିତି ଉପରେ କ୍ଲିକ କରନ୍ତୁ । ତାପରେ ଆପଣ ସାମ୍ନାରେ ଏକ ବକ୍ସ ଖୋଲିବ, ଯେଉଁଥିରେ ଆପଣଙ୍କୁନ ନିଜର ଆଧାର ନଂ ଦାଖଲ କରିବାକୁ ପଡ଼ିବ ।
ଏକ ପୃଷ୍ଠା ଖୋଲିବ ଯେଉଁଥିରେ ହିତାଧିକାରୀଙ୍କ ବିବରଣୀ ଦେଖାଯିବ । ତଳେ ଏକ ବକ୍ସ, ଇ କେୱାଇସି ଷ୍ଟାଟସ, ଇ କେୱାଇସି ପ୍ରକାର, ସ୍ବୀକୃତି ସ୍ଥିତି, ପେମେଣ୍ଟ ସ୍ଥିତି ଦେଖାଯିବ ।
ସର୍ଭେ ପରେ ଅବଶିଷ୍ଟ ହିତାଧିକାରୀଙ୍କୁ ଆସନ୍ତା ରାଖୀ ପୂର୍ଣ୍ଣିମାରେ ଏକ ସଙ୍ଗେ ୩ଟି କିସ୍ତି ପ୍ରଦାନ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ ପରିଡ଼ା କହିଛନ୍ତି, ସୁଭଦ୍ରା ଯୋଜନାରୁ ଯେପରି କୌଣସି ଯୋଗ୍ୟ ହିତାଧିକାରୀ ବଞ୍ଚିତ ନ ହୁଅନ୍ତି, ସେଥିପାଇଁ ଘର ଘର ବୁଲି ହିତାଧିକାରୀଙ୍କୁ ଚିହ୍ନଟ କରାଯିବ। ମାର୍ଚ୍ଚ ୩୧ ତାରିଖରେ ଆବେଦନ ପ୍ରକ୍ରିୟାକୁ ବନ୍ଦ ରଖି ସର୍ଭେ କରିବା ପାଇଁ ସରକାରଙ୍କ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଅଧିକାରୀମାନେ ଦ୍ୱାରକୁ ଦ୍ୱାର ଯାଇ ୱାନ ଟୁ ୱାନ ସର୍ଭେ କରିବେ।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930