Indus Valley Times

ଆସୁଛି ଆଉ ଏକ ବଡ଼ ଲଘୁଚାପ: ଏହି ୭ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା

 Breaking News

ଆସୁଛି ଆଉ ଏକ ବଡ଼ ଲଘୁଚାପ: ଏହି ୭ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା

August 07
19:47 2024

ଭୁବନେଶ୍ବର,୭/୮ : ପ୍ରାୟ ୧ ମାସ ଧରି ରାଜ୍ୟରେ ବର୍ଷା ଜାରି ରହିଛି। ବିଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି। ଆହୁରି ୩ ଦିନ ଯାଏଁ ବର୍ଷା ଲାଗି ରହିବ।
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏଭଳି ଆକଳନ କରାଯାଇଛି। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି।
ଫଳରେ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଏବଂ ଉତ୍ତର ଓଡ଼ିଶା ଉପରେ ଏହାର ପ୍ରଭାବ ରହିଛି। ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟାରେ ଉକ୍ତ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।
ପାଣିପାଗ ବିଭାଗ ଅନୁସାରେ ଆସନ୍ତାକାଲି (ଗୁରୁବାର) ସକାଳ ୮ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, କୋରାପୁଟ ଓ ନବରଙ୍ଗପୁରର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
ମାଲକାନଗିରି, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର ଓ ସୋନପୁରର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି। ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ୯ ତାରିଖ ସକାଳ ସାଢ଼େ ୮ଟାରୁ ୧୦ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ଦେବଗଡ଼ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୧୦ ତାରିଖ ସକାଳ ସାଢ଼େ ୮ଟାରୁ ୧୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼,କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ କରାଯାଇଛି।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930