Indus Valley Times

ଆୟୁଷ ଡାକ୍ତରଙ୍କ ପାଇଁ ଖୁସି ଖବର, ୪୦ ହଜାର ଟଙ୍କା ପର୍ଯ୍ୟନ୍ତ ବଢ଼ିଲା ଦରମା

 Breaking News

ଆୟୁଷ ଡାକ୍ତରଙ୍କ ପାଇଁ ଖୁସି ଖବର, ୪୦ ହଜାର ଟଙ୍କା ପର୍ଯ୍ୟନ୍ତ ବଢ଼ିଲା ଦରମା

ଆୟୁଷ ଡାକ୍ତରଙ୍କ ପାଇଁ ଖୁସି ଖବର, ୪୦ ହଜାର ଟଙ୍କା ପର୍ଯ୍ୟନ୍ତ ବଢ଼ିଲା ଦରମା
February 10
16:29 2026

ଭୁବନେଶ୍ବର ୧୦/୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ଜାତୀୟ ସ୍ବାସ୍ଥ୍ୟ ମିଶନ ଅଧୀନରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତର ମାନଙ୍କ ଦରମା ବୃଦ୍ଧି ପାଇଁ ନିଷ୍ପତ୍ତି ନେଇଛନ୍ତି । ରାଜ୍ୟର ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଆୟୁଷ ଡାକ୍ତର ମାନଙ୍କ ଅବଦାନ ପ୍ରତି ଗୁରୁତ୍ବଦେଇ ତଥା ସେମାନଙ୍କୁ ପ୍ରୋତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି ।
ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ NHMରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତର ମାନଙ୍କ ଦରମା ବରିଷ୍ଠତା ଭିତ୍ତିରେ ମାସକୁ ୨୦ ହଜାର ଟଙ୍କାରୁ ୪୦ ହଜାର ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ୫ ବର୍ଷରୁ କମ୍ ସମୟ ଅବଧି ପାଇଁ ସେବାରତ ଆୟୁଷ ଡାକ୍ତର ମାନଙ୍କ ଦରମା ମାସକୁ ୨୦ ହଜାର ଟଙ୍କା ବୃଦ୍ଧି ପାଇଛି । ଏହାଦ୍ବାରା ସେମାନଙ୍କ ସର୍ବନିମ୍ନ ଦରମା ୫୬, ୯୪୮ ଟଙ୍କା ହୋଇଛି ।
ସେହିପରି ୫ରୁ ୧୦ବର୍ଷ ମଧ୍ୟରେ ସେବା କରିଥିବା ଡାକ୍ତର ମାନଙ୍କ ଦରମା ମାସକୁ ୨୫ ହଜାର ବୃଦ୍ଧି ପାଇଁ ୭୪,୪୬୭ ଟଙ୍କାରେ ପହଞ୍ଚିଛି । ୧୦ରୁ ୧୫ ବର୍ଷ ସେବା ପାଇଁ ମାସକୁ ୩୦ ହଜାର ଟଙ୍କା ବୃଦ୍ଧି ପାଇ ୮୦,୪୬୭ ହୋଇଥିବା ବେଳେ, ୧୫ ବର୍ଷରୁ ଉର୍ଦ୍ଧ୍ବ ସେବା ପାଇଁ ଆୟୁଷ ଡାକ୍ତର ମାନଙ୍କ ଦରମା ୪୦ ହଜାର ଟଙ୍କା ବୃଦ୍ଧି ପାଇ ୯୧, ୪୬୭ ଟଙ୍କାରେ ପହଞ୍ଚିଛି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ୨୯୧୨ ଜଣ ଆୟୁଷ ଡାକ୍ତର ନିୟୋଜିତ ଅଛନ୍ତି ଏବଂ ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟ ସରକାର ବର୍ଷକୁ ପ୍ରାୟ ୧ କୋଟି ଟଙ୍କା ଅଧିକ ବ୍ୟୟ କରିବେ । ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟରେ ଆୟୁଷ ସ୍ବାସ୍ଥ୍ୟସେବାରେ ଅଧିକ ଉନ୍ନତି ଆସିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି ।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031