Indus Valley Times

‘ଆୟୁଷ୍ମାନ ଭାରତ ଯୋଜନା’ ସମେତ ୧୦ ପ୍ରସ୍ତାବକୁ ମିଳିଲା କ୍ୟାବିନେଟ୍‌ରେ ମଞ୍ଜୁରୀ

 Breaking News

‘ଆୟୁଷ୍ମାନ ଭାରତ ଯୋଜନା’ ସମେତ ୧୦ ପ୍ରସ୍ତାବକୁ ମିଳିଲା କ୍ୟାବିନେଟ୍‌ରେ ମଞ୍ଜୁରୀ

‘ଆୟୁଷ୍ମାନ ଭାରତ ଯୋଜନା’ ସମେତ ୧୦ ପ୍ରସ୍ତାବକୁ ମିଳିଲା କ୍ୟାବିନେଟ୍‌ରେ ମଞ୍ଜୁରୀ
March 21
19:30 2025

ଭୁବନେଶ୍ୱର,୨୧/୩ : ରାଜ୍ୟ କ୍ୟାବିନେଟରେ ୭ ବିଭାଗର ୧୦ ପ୍ରସ୍ତାବ ଉପରେ ମୋହା ବାଜିଛି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗୃହରେ ସୂଚନା ଦେଇଛନ୍ତି। ଆୟୁଷ୍ମାନ ଭାରତ ଯୋଜନାକୁ କ୍ୟାବିନେଟ୍‌ରେ ମଞ୍ଜୁରୀ ମିଳିଛି। ଏଥିରେ ରାଜ୍ୟରେ ୩ କୋଟି ୪୬ ଲକ୍ଷ ଲୋକ ଉପକୃତ ହେବେ। ୭୦ ବର୍ଷରୁ ଊର୍ଦ୍ଧ୍ୱଙ୍କ ଲାଗି ଲାଗି ’ଆୟୁଷ୍ମାନ ବାୟୋ ବନ୍ଧନ’କୁ ମଧ୍ୟ ମଞ୍ଜୁରୀ ମିଳିଛି। ଆୟୁଷ୍ମାନ ଓ ଗୋପବନ୍ଧୁ ଜନ ଆରୋଗ୍ୟ ମିଳିତ ଭାବେ କାର‌୍ୟ୍ୟକାରୀ ହେବ । ଦେଶର ୨୯ ହଜାର ମେଡିକାଲରେ ମିଳିବ ସୁବିଧା । ପୂର୍ବରୁ କେବଳ ୯୦୦ ହସ୍ପିଟାଲରେ ମିଳୁଥିଲା ସୁବିଧା । ଆୟୁଷ୍ମାନ ବୟୋ-ବନ୍ଦନା ଯୋଜନାରେ ବୟସ୍କଙ୍କୁ ଚିକିତ୍ସା ସୁବିଧା ମିଳିବ । ୭୦ ବର୍ଷ ବା ତା’ଠୁ ଅଧିକ ବୟସର ବ୍ୟକ୍ତିଙ୍କୁ ଚିକିତ୍ସା ମିଳିବ ।
ଏପ୍ରିଲ ପହିଲାରୁ ରାଜ୍ୟରେ ଆୟୁଷ୍ମାନ ଭାରତ ଲାଗୁହେବ । ପ୍ରଧାନମନ୍ତ୍ରୀ-ଗୋପବନ୍ଧୁ ଜନ ଆରୋଗ୍ୟ ସଂଯୁକ୍ତ ଯୋଜନାର ଶୁଭାରମ୍ଭ ହେବ । ଯୋଜନାରେ ଉପକୃତ ହେବେ ରାଜ୍ୟର ୧ କୋଟି ୦୩ ଲକ୍ଷରୁ ଅଧିକ ପରିବାର । ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାରେ ୬୭ ଲକ୍ଷ ୮୦ ହଜାର ପରିବାର ଉପକୃତ ହେବେ । ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ୩୫ ଲକ୍ଷ ୮୪ ହଜାରରୁ ଅଧିକ ପରିବାର ଉପକୃତ ହେବେ । ବ୍ୟକ୍ତିଗତ ଭାବେ ୩.୪୬ କୋଟିରୁ ଅଧିକ ଲୋକ ଲାଭ ପାଇବେ । ଦୁଇଟି ଯୋଜନା ଓଡ଼ିଶାରେ ସଂଯୁକ୍ତ ଭାବରେ କାର‌୍ୟ୍ୟକାରୀ କରାଯିବ । ଦୁଇଟି ଯୋଜନା ପାଇଁ ପ୍ରତ୍ୟେକ ହିତାଧିକାରୀଙ୍କୁ ଗୋଟିଏ କାର୍ଡ ଯୋଗାଇ ଦିଆଯିବ । ବାୟୋ ବନ୍ଧନ ଯୋଜନାରେ ହିତାଧିକାରୀଙ୍କୁ ଅଲଗା ଏକ ସ୍ୱତନ୍ତ୍ର କାର୍ଡ ଦିଆଯିବ । ଏହା ସହ ରାଜ୍ୟ ସଡ଼କ ନୀତିକୁ କ୍ୟାବିନେଟରେ ଅନୁମୋଦନ ମିଳିଛି।
ସେହିପରି ମୃତ ସରକାରୀ କର୍ମଚାରୀଙ୍କ ପରିବାରକୁ ଚାକିରି ନେଇ ନିୟମ ସଂଶୋଧିତ ହୋଇଛି।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930