Indus Valley Times

ଏପ୍ରିଲ୍ ୨୭ରୁ ସବୁ ସ୍କୁଲର ଖରା ଛୁଟି, ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

 Breaking News

ଏପ୍ରିଲ୍ ୨୭ରୁ ସବୁ ସ୍କୁଲର ଖରା ଛୁଟି, ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଏପ୍ରିଲ୍ ୨୭ରୁ ସବୁ ସ୍କୁଲର ଖରା ଛୁଟି, ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
April 24
17:16 2026

ଭୁବନେଶ୍ୱର, ୨୪/୪ : ସାରା ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ତାତିରେ ଆଉଟୁ ପାଉଟୁ ରାଜ୍ୟ । ଖରାର ପ୍ରକୋପରେ ବର୍ତ୍ତିବା ମୁସ୍କିଲ୍ । ଆଉ ଏହି ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଗୁଆ ଖରାଛୁଟି ଘୋଷଣା । ପିଲାମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ଘୋଷଣା । ଗଣଶିକ୍ଷା ବିଭାଗର ଏସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ।
ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ଚାଲିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଗୁଆ ଖରାଛୁଟି ଘୋଷଣା କରିଛନ୍ତି। ପିଲାମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି ।
ଏହି ନିଷ୍ପତ୍ତି ଅନୁଯାୟୀ ଏପ୍ରିଲ ୨୭ ତାରିଖରୁ ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନ ପ୍ରାପ୍ତ ଓ ବେସରକାରୀ ବିଦ୍ୟାଳୟ ବନ୍ଦ ରହିବ। ତେବେ, ପୂର୍ବ ନିର୍ଦ୍ଧାରିତ ପରୀକ୍ଷା, ଜନଗଣନା କାର‌୍ୟ୍ୟ ଓ ଅନ୍ୟାନ୍ୟ ଅଫିସ କାମ ପୂର୍ବପରି ଜାରି ରହିବ।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031