Indus Valley Times

ଓଡ଼ିଆ ସଙ୍ଗୀତ ଜଗତରେ ଅପୂରଣୀୟ କ୍ଷତି: ଆଉ ନାହାନ୍ତି କିମ୍ବଦନ୍ତୀ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ; ୮୮ ବର୍ଷରେ ଚିରନିଦ୍ରାରେ

 Breaking News

ଓଡ଼ିଆ ସଙ୍ଗୀତ ଜଗତରେ ଅପୂରଣୀୟ କ୍ଷତି: ଆଉ ନାହାନ୍ତି କିମ୍ବଦନ୍ତୀ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ; ୮୮ ବର୍ଷରେ ଚିରନିଦ୍ରାରେ

ଓଡ଼ିଆ ସଙ୍ଗୀତ ଜଗତରେ ଅପୂରଣୀୟ କ୍ଷତି: ଆଉ ନାହାନ୍ତି କିମ୍ବଦନ୍ତୀ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ; ୮୮ ବର୍ଷରେ ଚିରନିଦ୍ରାରେ
August 21
17:02 2026

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ଭୁବନେଶ୍ୱର, ୨୧/୮ : ଓଡ଼ିଆ ସଙ୍ଗୀତ ଜଗତ ପାଇଁ ଆସିଲା ଏକ ଦୁଃଖଦ ଖବର। ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ ହୋଇଛି। ୮୮ ବର୍ଷ ବୟସରେ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ଓଡ଼ିଆ ସଙ୍ଗୀତ ଜଗତରେ ତାଙ୍କର ଥିଲା ସ୍ୱତନ୍ତ୍ର ପରିଚୟ ।
ନିଜର ସୁମଧୁର କଣ୍ଠ ଓ ଅନନ୍ୟ ଗାୟନ ଶୈଳୀରେ ସେ ଶ୍ରୋତାଙ୍କ ହୃଦୟରେ ଏକ ସ୍ୱତନ୍ତ୍ର ସ୍ଥାନ ତିଆରି କରିଥିଲେ। ଦୀର୍ଘଦିନ ଧରି ଓଡ଼ିଆ ସଙ୍ଗୀତପ୍ରେମୀଙ୍କୁ ନିଜ ସୁରିଲା କଣ୍ଠରେ ମନୋରଞ୍ଜନ କରିଆସିଥିବା ପ୍ରଣବ ପଟ୍ଟନାୟକଙ୍କ ବିୟୋଗରେ ଓଡ଼ିଆ ସଙ୍ଗୀତ ଜଗତରେ ଶୋକର ଛାୟା ଖେଳି ଯାଇଛି।
୧୯୫୮ରେ ଭୁବନେଶ୍ୱର ମିଶ୍ରଙ୍କ ସଙ୍ଗୀତ ନିର୍ଦ୍ଦେଶନାରେ ନିର୍ମିତ ଚଳଚ୍ଚିତ୍ର ମା\’ରେ ସେ ପ୍ରଥମ ଥର ପାଇଁ କଣ୍ଠଦାନ କରିଥିଲେ। ଶ୍ରୀ ଲୋକନାଥ, ସୂର୍ଯ୍ୟମୁଖୀ, ସିନ୍ଦୂର ବିନ୍ଦୁ, ଶେଷ ଶ୍ରାବଣ, ଚିହ୍ନା ଅଚିହ୍ନା, ବତୀଘର ଆଦି ଚଳଚ୍ଚିତ୍ର ତାଙ୍କୁ ଲୋକପ୍ରିୟତାର ଶିଖରରେ ପହଞ୍ଚାଇଥିଲା। ଚଳଚ୍ଚିତ୍ର ଜୀବନରେ ସେ ବହୁ ଜାତୀୟସ୍ଥରର କଳାକାରମାନଙ୍କ ସହ କାମ କରିବାର ସୁଯୋଗ ପାଇଛନ୍ତି । ପ୍ରାୟ ୨୦୦ରୁ ଅଧିକ ଓଡ଼ିଆ ଚଳଚ୍ଚିତ୍ରରେ ସେ କଣ୍ଠଦାନ କରିଛନ୍ତି।
ଅଣଚଳଚ୍ଚିତ୍ର ସଙ୍ଗୀତରେ ମଧ୍ୟ ତାଙ୍କର ଗୁରୁତ୍ୱପୂର୍ଣ ଯୋଗଦାନ ରହିଛି। ବେତାର, ଦୂରଦର୍ଶନ ଓ ଆଲବମ ମାଧ୍ୟମରେ ସେ ବହୁ ଭଜନ ଓ ଆଧୁନିକ ସଙ୍ଗୀତ ଓଡ଼ିଆ ଶ୍ରୋତାମାନଙ୍କୁ ଭେଟି ଦେଇଛନ୍ତି । ୧୯୯୨ ମସିହାରେ ତାଙ୍କର ପ୍ରଥମ ଗଜଲ ଆଲବମ, ଶବ୍-ଏ-ଗଜଲ ମୁକ୍ତିଲାଭ କରିଥିଲା। ‘ମାଝିରେ ଠୁ’ ଠାରୁ ‘ନିଝୁମ ରାତି’ ଭଳି ଅନେକ ଲୋକପ୍ରିୟ ଗୀତ ତାଙ୍କ କଣ୍ଠରେ ଜୀବନ୍ତ ହୋଇଥିଲା ।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031