Indus Valley Times

ଓଡ଼ିଶାର ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ସନ୍ତରଣକାରୀ ପ୍ରତ୍ୟାଶା ରାୟଙ୍କୁ ମିଳିବ ୨୦୨୪ ମସିହାର ସମ୍ମାଜନକ ‘ଏକଲବ୍ୟ ପୁରସ୍କାର’

 Breaking News

ଓଡ଼ିଶାର ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ସନ୍ତରଣକାରୀ ପ୍ରତ୍ୟାଶା ରାୟଙ୍କୁ ମିଳିବ ୨୦୨୪ ମସିହାର ସମ୍ମାଜନକ ‘ଏକଲବ୍ୟ ପୁରସ୍କାର’

September 22
18:56 2024

ଓଡ଼ିଶା, ୨୨/୯ : ଓଡ଼ିଶାର ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ସନ୍ତରଣକାରୀ ପ୍ରତ୍ୟାଶା ରାୟଙ୍କୁ ମିଳିବ ୨୦୨୪ ମସିହାର ସମ୍ମାଜନକ ‘ଏକଲବ୍ୟ ପୁରସ୍କାର’।
ଆଜି ଅନୁଷ୍ଠିତ ଏକଲବ୍ୟ ପୁରସ୍କାର ଜୁରୀ କମିଟି ବୈଠକରେ ସର୍ବସମ୍ମତି କ୍ରମେ ତାଙ୍କ ଘୋଷଣା କରାଯାଇଛି।
ଆଗାମୀ ଏକଲବ୍ୟ ପୁରସ୍କାର ବିତରଣ କାର୍ଯ୍ୟକ୍ରମରେ ତାଙ୍କୁ ପୁରସ୍କାର ବାବଦକୁ ୭ ଲକ୍ଷ ଟଙ୍କା ଓ ମାନପତ୍ର ପ୍ରଦାନ କରାଯିବ।
ଏହି ଅବସରରେ ଜାତୀୟ ଓ ଅନ୍ତର୍ଜାତୀୟ କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ଧାବକ ଦଣ୍ଡପତି ମୃତ୍ୟୁମ୍ ଜୟରାମ ଓ ବ୍ୟାଡ୍‌ମିଣ୍ଟନ ଖେଳାଳି ତନ୍ୱୀ ପତ୍ରୀଙ୍କୁ ମଧ୍ୟ ପୁରସ୍କୃତ କରାଯିବ। ସେମାନଙ୍କୁ ୧.୫ ଲକ୍ଷ ଟଙ୍କା ଲେଖାଏଁ ସହିତ ମାନପତ୍ର ଦିଆଯାଇ ସମ୍ୱର୍ଦ୍ଧିତ କରାଯିବ।
ଭାରତର ପ୍ରମୁଖ ଫେରୋ ଆଲଏଜ୍ ଉତ୍ପାଦନକାରୀ କମ୍ପାନୀ (ଇମ୍ଫା) ଦ୍ୱାରା ପରିଚାଳିତ ‘ଇଣ୍ଡିଆନ୍ ମେଟାଲସ୍ ପବ୍ଳିକ୍ ଚାରିଟେବଲ୍ ଟ୍ରଷ୍ଟ’ (ଇମ୍ପାକ୍ଟ) ୧୯୯୩ ମସିହାରେ ଏକଲବ୍ୟ ପୁରସ୍କାର ପ୍ରତିଷ୍ଠା କରିଥିଲା।
ଜାତୀୟ ସ୍ତରର ବହୁ ପୁରସ୍କାର ସମାନ୍ତରାଳରେ ଏବେ ଏହା ଓଡ଼ିଶାର ସବୁଠାରୁ ମର‌୍ୟ୍ୟାଦା ଜନକ କ୍ରୀଡା ସମ୍ମାନ ରୂପେ ପ୍ରଖ୍ୟାତ। କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ ନିମନ୍ତେ ଯୁବ ଓଡ଼ିଆ କ୍ରୀଡାବିତମାନଙ୍କୁ ପ୍ରତିବର୍ଷ ଏହି ପୁରସ୍କାର ପ୍ରଦାନ କରାଯାଉଛି।
ଚଳିତବର୍ଷ ଏକଲବ୍ୟ ପୁରସ୍କାର ବିଜେତାଙ୍କ ନାମ ଘୋଷଣା କରିବା ଅବସରରେ ‘ଇମ୍ପାକ୍ଟ’ର ଟ୍ରଷ୍ଟି ତଥା ଏକଲବ୍ୟ ପୁରସ୍କାର କମିଟିର ଅଧ୍ୟକ୍ଷ ବୈଜୟନ୍ତ ପଣ୍ଡା କହିଛନ୍ତି, ଏହି ପୁରସ୍କାର ମାଧ୍ୟମରେ ରାଜ୍ୟର ଉଦୀୟମାନ କ୍ରୀଡାବିତ‌୍‍ମାନଙ୍କୁ ପ୍ରୋତ୍ସାହନ ପ୍ରଦାନ କରିବା ହେଉଛି ଆମର ମୂଳ ଲକ୍ଷ୍ୟ।
ଯାହାଫଳରେ ସେମାନେ ଅଧିକରୁ ଅଧିକ ଉନ୍ନତ କ୍ରୀଡା ପ୍ରଦର୍ଶନ କରି ରାଜ୍ୟ ତଥା ଦେଶ ପାଇଁ ସୁନାମ ଅର୍ଜନ କରିପାରିବେ। କ୍ରୀଡା ବ୍ୟତୀତ ସାହିତ୍ୟ, କଳା, ସ୍ଥାପତ୍ୟ ଓ ସ୍ୱାସ୍ଥ୍ୟସେବା ଆଦିକୁ ମଧ୍ୟ ପ୍ରୋତ୍ସାହନ ପ୍ରଦାନ କରାଉଛି। ଯାହା ଆଗକୁ ମଧ୍ୟ ଜାରି ରହିବ ବୋଲି ଶ୍ରୀ ପଣ୍ଡା କହିଛନ୍ତି।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031