Indus Valley Times

ଓଡ଼ିଶାରେ ଆୟୁଷ୍ମାନ ପାଇଁ ଏମଓୟୁ , ସାଢ଼େ ୩ କୋଟି ଲୋକଙ୍କୁ ମିଳିବ ସୁବିଧା

 Breaking News

ଓଡ଼ିଶାରେ ଆୟୁଷ୍ମାନ ପାଇଁ ଏମଓୟୁ , ସାଢ଼େ ୩ କୋଟି ଲୋକଙ୍କୁ ମିଳିବ ସୁବିଧା

January 13
17:25 2025

ଭୁବନେଶ୍ୱର,୧୩/୧: ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଆଉ ଏକ ପାଦେ ଆଗେଇଛି ଓଡ଼ିଶା। ଓଡ଼ିଶାରେ ଖୁବଶୀଘ୍ର ଲାଗୁ ହେବ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା। ଏଥିପାଇଁ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ ହୋଇଛି। ଦିଲ୍ଲୀର ବିଜ୍ଞାନ ଭବନରେ କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ଯୋଜନାକୁ ଲାଗୁ କରିବା ପାଇଁ ଚୁକ୍ତି ସ୍ୱାକ୍ଷରିତ ହୋଇଛି।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା, ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ, ଉପ ମୁଖ୍ୟମନ୍ତ୍ରୀ କେଭି ସିଂହଦେଓ, କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ, ଅଶ୍ୱିନ ବୈଷ୍ଣବ ଓ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ଏହି ନୂଆ ଯୋଜନା ପାଇଁ ଏମଓୟୁ ସ୍ୱାକ୍ଷରିତ ହୋଇଛି।
ଆଜି ଏମୟୁ ସ୍ୱାକ୍ଷରିତ ହୋଇଥିବା ବେଳେ ଖୁବଶୀଘ୍ର ଏହା ରାଜ୍ୟରେ ଲାଗୁ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଓଡ଼ିଶାର ପ୍ରତି ପଞ୍ଚାୟତରେ ହେବ ଆୟୁଷ୍ମାନ ଭାରତ ମନ୍ଦିର। ଗ୍ରାମାଞ୍ଚଳରେ ସ୍ୱାସ୍ଥ୍ୟ ସେବା ପହଞ୍ଚାଇବାକୁ ଲକ୍ଷ୍ୟ ରଖିଛୁ। ଆୟୁଷ୍ମାନ ଭାରତ ମନ୍ଦିରରେ ଜଣେ ଯୋଗ ଶିକ୍ଷକ ରହିବେ। ସ୍ୱାସ୍ଥ୍ୟକର୍ମୀଙ୍କ ସହ ଅନ୍ୟ ସୁବିଧା ସୁଯୋଗ ମଧ୍ୟ ଯୋଗାଇ ଦେବୁ। ୨୦୧୮ରୁ ସାରା ଦେଶରେ ଆୟୁଷ୍ମାନ ଭାରତ ଲାଗୁ କରାଗଲାଣି ବୋଲି ସେ କହିଛନ୍ତି।
ସେହପରି ରାଜ୍ୟର ପ୍ରାୟ ୩ କୋଟି ଲୋକ ଏହି ଯୋଜନାର ଫାଇଦା ପାଇବେ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି। ସେ କହିଛନ୍ତି, “ବିରୋଧୀ ଦଳରେ ଥିଲା ବେଳେ ଏହି ଯୋଜନାକୁ ଲାଗୁ କରିବାକୁ ଦାବି କରିଥିଲୁ। ସରକାରକୁ ଆସିବା ପରେ ଆମେ ପ୍ରତିଶ୍ରୁତି ପାଳନ କରିଛୁ। ରାଜ୍ୟର ୧.୩ କୋଟି ପରିବାରର ସାଢ଼େ ୩ କୋଟି ଲୋକ ଏହି ଯୋଜନା ଦ୍ୱାରା ଉପକାର ପାଇବେ। ଗୋପବନ୍ଧୁ ଜନ ଆରୋଗ୍ୟ ସହ ଆୟୁଷ୍ମାନ ଭାରତର ସୁବିଧା ଗୋଟିଏ କାର୍ଡରେ ମିଳିବ। ସାରା ଦେଶରେ ଯିଏ ଯେଉଁଠି ଥିଲେ ବି ଏହାର ସୁଯୋଗ ପାଇପାରିବେ ଲୋକେ। ଦେଶର ୩୦ ହଜାର ହସ୍ପିଟାଲ୍‌ରେ ଆୟୁମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାର ସୁବିଧା ମିଳିବ।”
ରାଜ୍ୟ ସରକାର ଆସନ୍ତା ଫେବୃଆରୀରୁ ଏହାକୁ ଲାଗୁ କରିବା ସହ ଏପ୍ରିଲରୁ ପୂର୍ଣ୍ଣାଙ୍ଗ ଭାବେ କାର‌୍ୟ୍ୟକ୍ଷମ କରାଇବେ। ସେହିପରି ୭୦ବର୍ଷ ବୟସରୁ ଊର୍ଦ୍ଧ୍ୱ ଲୋକଙ୍କୁ ମଧ୍ୟ ଆୟୁଷ୍ମାନ ଯୋଜନାରେ ସାମିଲ ହେବା ପାଇଁ ପ୍ରକ୍ରିୟା ଚଳିତମାସ ଶେଷ ସୁଦ୍ଧା ଆରମ୍ଭ କରାଯିବ ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଜଣାପଡ଼ିଛି।
ଏହାଦ୍ୱାରା ବରିଷ୍ଠ ନାଗରିକଙ୍କୁ ମାଗଣାରେ ସ୍ୱାସ୍ଥ୍ୟ ସେବାର ସୁବିଧା ମିଳିବ। ଓଡ଼ିଶାରେ ଜାରି ରହିଥିବା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ (ନୂଆ ନାଁ-ଗୋପବନ୍ଧୁ ଜନଆରୋଗ୍ୟ ଯୋଜନା) ସହ ଆୟୁଷ୍ମାନ ଭାରତ ଯୋଜନାକୁ ଲାଗୁ କରାଯିବ ବୋଲି ରାଜ୍ୟ ସରକାର ସ୍ପଷ୍ଟ କରିଛନ୍ତି।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031