Indus Valley Times

କନ୍ଧମାଳ ପୁଲିସ ନିକଟରେ ଆତ୍ମସମର୍ପଣ କଲେ ତିନି ହାର୍ଡକୋର୍ ମାଓବାଦୀ

 Breaking News

କନ୍ଧମାଳ ପୁଲିସ ନିକଟରେ ଆତ୍ମସମର୍ପଣ କଲେ ତିନି ହାର୍ଡକୋର୍ ମାଓବାଦୀ

କନ୍ଧମାଳ ପୁଲିସ ନିକଟରେ ଆତ୍ମସମର୍ପଣ କଲେ ତିନି ହାର୍ଡକୋର୍ ମାଓବାଦୀ
July 07
18:23 2025

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ
କନ୍ଧମାଳ, ୭/୭ : ମାଓ ବିରୋଧୀ ଅଭିଯାନରେ କନ୍ଧମାଳ ପୁଲିସକୁ ମିଳିଛି ଆଉ ଏକ ସଫଳତା। ପୁଲିସ ନିକଟରେ ଆତ୍ମସମର୍ପଣ କଲେ ଦୁଇ ମହିଳା କ୍ୟାଡରଙ୍କ ସମେତ ତିନି ଜଣ ହାର୍ଡକୋର ମାଓବାଦୀ।
ଏନେଇ ସୋମବାର କନ୍ଧମାଳ ଜିଲ୍ଲା ପୁଲିସ ମୂଖ୍ୟାଳୟରେ ସୂଚନା ଦେଇଛନ୍ତି ଦକ୍ଷିଣାଞ୍ଚଳ ଆଇଜି ନିତିନ ଶେଖର। ଆତ୍ମସମର୍ପଣ କରିଥିବା ମାଓବାଦୀ ମାନେ ହେଲେ ବିଜିଏନ ସଙ୍ଗଠନର ଡିଭିଜନାଲ କମିଟି ମେମ୍ବର ମାଦେ ବେତି ଓରଫ ଚମ୍ପା, କେକେବିଏନ ସଙ୍ଗଠନର ଏରିଆ କମିଟି ମେମ୍ବର ରାଜୁ ଦୋଡି ଓରଫ ଅଜୟ ଏବଂ ଆଡମୋ ମାଧବୀ ଓରଫ ମଞ୍ଜୁ। ଚମ୍ପା ୨୦୦୯ରୁ ମାଓ ସଙ୍ଗଠନରେ ସାମିଲ ହୋଇଥିବା ବେଳେ ଅଜୟ ୨୦୧୬ ଏବଂ ମଞ୍ଜୁ ୨୦୧୧ରେ ସାମିଲ ହୋଇଥିଲେ।
ଏମାନେ ସମସ୍ତେ ଛତିଶଗଡ଼ କ୍ୟାଡରର ଏବଂ କଳାହାଣ୍ଡି, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାରେ ସକ୍ରିୟ ଥିଲେ। ଲାଲବାହିନୀର ଝାଡ଼ଖଣ୍ଡ- ଛତିଶଗଡ଼ କରିଡରକୁ ପୁନଃ ସକ୍ରିୟ କରିବା ଦିଗରେ ଏମାନେ କାମ କରୁଥିଲେ। ଅତୀତରେ ଘଟିଥିବା ଏକାଧିକ ମାଓ କାର‌୍ୟ୍ୟକଳାପରେ ଏମାନଙ୍କ ସମ୍ପୃକ୍ତି ଥିବା ଆଇଜି ସୂଚନା ଦେଇଛନ୍ତି।
ସୁରକ୍ଷା ବାହିନୀ ପକ୍ଷରୁ ଲଗାତାର ମାଓ ବିରୋଧୀ ଅଭିଯାନ ଦ୍ବାରା ହତୋତ୍ସାହିତ ହେବା ସାଙ୍ଗକୁ ସଙ୍ଗଠନର ଆଭିମୁଖ୍ୟ ପ୍ରତି ବିତସ୍ପୃହ ହୋଇ ପୁଲିସ ପାଖରେ ଆତ୍ମସମର୍ପଣ କରିଥିବା ପ୍ରକାଶ କରିଛନ୍ତି ତିନି ମାଓବାଦୀ।
ସରକାରଙ୍କ ପକ୍ଷରୁ ଘୋଷିତ ଆକର୍ଷଣୀୟ ପ୍ୟାକେଜ ମଧ୍ୟ ସେମାନଙ୍କୁ ଏ ଦିଗରେ ପ୍ରୋତ୍ସାହିତ କରିଥିବା ସେମାନେ କହିଛନ୍ତି। ଏମାନଙ୍କୁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ନିୟମ ଅନୁଯାୟୀ ଥଇଥାନ କରାଯିବ ବୋଲି ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, କିଛି ଦିନ ତଳେ ବାଲିଗୁଡ଼ା ଥାନା ଅଞ୍ଚଳରେ ପୁଲିସ ସହିତ ଗୁଳି ବିନିମୟରେ ଦୁଇ ମାଓବାଦୀଙ୍କ ମୃତ୍ୟୁ ହୋଇଥିଲା। ଜିଲ୍ଲାରେ ଲଗାତାର ମାଓ ସଙ୍ଗଠନ ଦୁର୍ବଳ ହେଉଥିବା ଏବଂ ବର୍ତ୍ତମାନ କନ୍ଧମାଳ, ବୌଦ୍ଧ ଓ କଳାହାଣ୍ଡି ଜିଲ୍ଲାରେ ଏମାନଙ୍କ ସଂଖ୍ୟା ୫୦ ତଳକୁ ଖସି ଆସିଥିବା ଆଇଜି ପ୍ରକାଶ କରିଛନ୍ତି।
ଏହି ଅବସରରେ, ହିଂସା ତ୍ୟାଗ କରି ସମାଜର ମୂଖ୍ୟସ୍ରୋତକୁ ଫେରି ଆସିବା ସହିତ ସରକାରଙ୍କ ଥଇଥାନ ବ୍ୟବସ୍ଥାର ସୁଯୋଗ ନେବା ପାଇଁ ଆହ୍ବାନ ଦେଇଛନ୍ତି ଦକ୍ଷିଣାଞ୍ଚଳ ଆଇଜି ।
ଆୟୋଜିତ ଖବରଦାତା ସମ୍ମିଳନୀରେ କନ୍ଧମାଳ ଏସପି ହରିଶ ବି ସି ଏବଂ ବାଲିଗୁଡା ସ୍ଥିତ ୧୨୭ ସିଆରପିଏଫ ବାଟାଲିୟନର କମାଣ୍ଡାଣ୍ଟ ପଙ୍କଜ ବର୍ମା ପ୍ରମୁଖ ଉପସ୍ଥିତ ଥିଲେ।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930