Indus Valley Times

‘କିଟ୍‌’ ଘଟଣା; ନେପାଳ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

 Breaking News

‘କିଟ୍‌’ ଘଟଣା; ନେପାଳ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

‘କିଟ୍‌’ ଘଟଣା; ନେପାଳ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
February 22
19:39 2025

ଭୁବନେଶ୍ୱର,୨୨/୨ : KIIT ଘଟଣା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ନେପାଳର ବୈଦେଶିକ ବ୍ୟାପାର ମନ୍ତ୍ରୀ ଆର୍ଜୁ ରାନା ଦେଉବାଙ୍କ ସହ ଫୋନ ଯୋଗେ ଆଲୋଚନା କରିଛନ୍ତି।
ଆଲୋଚନା ବେଳେ ଘଟଣାରେ ସମ୍ପୃକ୍ତ ସମସ୍ତ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ।
ମୁଖ୍ୟମନ୍ତ୍ରୀ କହିଥିଲେ, ନେପାଳର ପିଲାମାନେ ମଧ୍ୟ ହେଉଛନ୍ତି ଆମ ପିଲା। ସମ୍ମାନର ସହ ସେମାନେ ପଢ଼ିବେ । ରାଜ୍ୟ ସରକାର ଘଟଣା ସମ୍ପର୍କରେ ତୀକ୍ଷ୍ଣ ନଜର ରଖି ପଦକ୍ଷେପ ନେଉଛନ୍ତି। ଏହା ସହିତ ଛାତ୍ରୀଛାତ୍ରମାନଙ୍କ ଭରସା ଓ ଆତ୍ମବିଶ୍ୱାସ ଫେରାଇ ଆଣିବା ପାଇଁ ସମସ୍ତ ପଦକ୍ଷେପ ନିଆଯିବ ବୋଲି ସେ କହିଥିଲେ।
ଏହା ପରେ ନେପାଳ ଦୂତାବାସ କର୍ତ୍ତୃପକ୍ଷ ନବୀନ ରାଜ ଅଧିକାରୀ ଏବଂ ସଞ୍ଜୀବ ଶର୍ମା ଦାସ ମଧ୍ୟ ଲୋକ ସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଘଟଣା ସମ୍ପର୍କରେ ବିଶଦ ଆଲୋଚନା କରିଛନ୍ତି।
ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀ ଅଧିକାରୀ ଦ୍ୱୟଙ୍କୁ କହିଥିଲେ, ଏହି ଘଟଣାରେ ୧୦ଜଣଙ୍କୁ ଗିରଫ କରାଯାଇଛି। ଦୋଷୀମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। KIIT ପରିସରରେ ଶିକ୍ଷାର ବାତାବରଣ ଫେରାଇ ଆଣିବା ପାଇଁ ସରକାରଙ୍କ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି ବୋଲି ସେ କହିଥିଲେ।
ନେପାଳର ଅଧିକାରୀ ଦ୍ୱୟ କହିଥିଲେ, ଏହି ଘଟଣାରେ ଓଡ଼ିଶା ସରକାରଙ୍କ ପକ୍ଷରୁ ଶୀଘ୍ର ପଦକ୍ଷେପ ନିଆଯାଇଛି । ଏହା ଦ୍ୱାରା ନେପାଳରୁ ଆସି ପଢୁଥିବା ଛାତ୍ରଛାତ୍ରୀ ଓ ସେମାନଙ୍କ ଅଭିଭାବକମାନେ ଆଶ୍ୱସ୍ତ ଅନୁଭବ କରିଛନ୍ତି। ଏଥିପାଇଁ ନେପାଳ ସରକାରଙ୍କ ପକ୍ଷରୁ ଓଡିଶା ସରକାରଙ୍କୁ ବିଶେଷକରି ମୁଖ୍ୟମନ୍ତ୍ରୀଙ୍କୁ ସେମାନେ ଧନ୍ୟବାଦ ଦେଇଥିଲେ। ସେମାନେ କହିଥିଲେ, ନେପାଳ ଏବଂ ଓଡ଼ିଶା ମଧ୍ୟରେ ଅତି ପୁରାତନ ସମ୍ପର୍କ ରହିଆସିଛି ଏବଂ ଏହି ସମ୍ପର୍କ କେବେ ବ୍ୟାହତ ହେବ ନାହିଁ ବୋଲି ସେମାନେ ଆଶା ପ୍ରକାଶ କରିଥିଲେ। ଆଲୋଚନା ସମୟରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ ଉପସ୍ଥିତ ଥିଲେ ।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031