Indus Valley Times

କୋଲକାତା ଗଣବଳାତ୍କାର ପୀଡ଼ିତାଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ: କହିଦେଲେ ଏମିତି କଥା

 Breaking News

କୋଲକାତା ଗଣବଳାତ୍କାର ପୀଡ଼ିତାଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ: କହିଦେଲେ ଏମିତି କଥା

October 14
10:57 2025

ଭୁବନେଶ୍ୱର ,୧୪/୧୦ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସନ୍ଧ୍ୟାରେ ପଶ୍ଚିମବଙ୍ଗର ଦୁର୍ଗାପୁରଠାରେ ଗଣଦୁଷ୍କର୍ମର ଶିକାର ହୋଇଥିବା ପୀଡ଼ିତାଙ୍କ ସହ କଥା ହୋଇ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି । ଓଡ଼ିଆ ଛାତ୍ରୀ ଓ ତାଙ୍କ ମାଆଙ୍କ ସହିତ କଥା ହୋଇଛନ୍ତି । ଏଥିସହ ସେଠାରେ ଉପସ୍ଥିତ ଓଡ଼ିଶା ମହିଳା କମିସନ୍ ଅଧ୍ୟକ୍ଷା ଶୋଭନା ମହାନ୍ତିଙ୍କ ସହିତ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ।
ମୁଖ୍ୟମନ୍ତ୍ରୀ ଓଡ଼ିଆ ଝିଅଙ୍କୁ କହିଛନ୍ତି ‘ଚିନ୍ତା କରନାହିଁ, ଧୈର‌୍ୟ୍ୟ ଧର, ଓଡ଼ିଶା ସରକାର ସମ୍ପୂର୍ଣ୍ଣ ଭାବେ ତୁମ ସହିତ ଅଛନ୍ତି।
ଝିଅ ଯେପରି ଶୀଘ୍ର ସୁସ୍ଥ ହେବ ଏବଂ ସାମାନ୍ୟ ଜୀବନ ଯାପନ କରି ଶିକ୍ଷା କ୍ଷେତ୍ରରେ ଆଗକୁ ବଢିବ, ସେଥିପାଇଁ ରାଜ୍ୟ ସରକାର ଚିନ୍ତା କରୁଛନ୍ତି ଏବଂ ଏଥିପାଇଁ ନିୟମ ଅନୁଯାୟୀ ବ୍ୟବସ୍ଥା କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି ।
ତେବେ ପୀଡ଼ିତାଙ୍କ ମାଆଙ୍କ ସହିତ ମଧ୍ୟ ମୁଖ୍ୟମନ୍ତ୍ରୀ କଥା ହୋଇ ଦୋଷୀ ନିଶ୍ଚିତ ଭାବରେ ଦଣ୍ଡ ପାଇବେ ସେଥିପାଇଁ ଓଡ଼ିଶା ସରକାର ତାଙ୍କର ଉଦ୍ୟମ ଜାରିରଖିଛନ୍ତି ବୋଲି କହିଛନ୍ତି ।
ପଶ୍ଚିମବଙ୍ଗ ସରକାରଙ୍କ ସହିତ ଯୋଗାଯୋଗ ରକ୍ଷା କରିବା କରି ଝିଅକୁ ତୁରନ୍ତ ନ୍ୟାୟ ପ୍ରଦାନ ପାଇଁ ଉଦ୍ୟମ କରିବାକୁ ପରାମର୍ଶ ଦେବା ସହିତ, ଚାପ ସୃଷ୍ଟି କରିବା ପାଇଁ ସବୁ ଫୋରମ୍ ର ବ୍ୟବହାର କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930