Indus Valley Times

ଗଜପତି: ଗ୍ରୀଷ୍ମ ପ୍ରବାହ ମୁକାବିଲା ନେଇ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

 Breaking News

ଗଜପତି: ଗ୍ରୀଷ୍ମ ପ୍ରବାହ ମୁକାବିଲା ନେଇ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଗଜପତି: ଗ୍ରୀଷ୍ମ ପ୍ରବାହ ମୁକାବିଲା ନେଇ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
March 05
21:56 2023

ଗଣେଶ କୁମାର ରାଜୁଙ୍କ ରିପୋର୍ଟ
ଗଜପତି,୫/୩: ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ଆତ୍ମ ନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ସମ୍ମିଳନୀ କକ୍ଷ ଠାରେ ଆଗାମୀ ଗ୍ରୀଷ୍ମ ପ୍ରବାହରେ ସତର୍କ ରହିବା ଓ ଅଂଶୁଘାତର ମୁକାବିଲା କରିବା ପାଇଁ ଏକ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।
ଗଜପତି ଜିଲ୍ଲା ଜରୁରୀକାଳୀନ ଅପରେସନ ସେଣ୍ଟର ଏବଂ ଗଜପତି ଜିଲ୍ଲା ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣଙ୍କ ମିଳିତ ଆୟୋଜକତ୍ୱରେ ଏବଂ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ (ଓସଡମା)ଙ୍କ ପ୍ରଯୋଜକତ୍ୱରେ ଏହି ବୈଠକ କାର୍ଯ୍ୟକ୍ରମ ଗଜପତି ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା ।
ଚଳିତ ମାର୍ଚ୍ଚ , ଏପ୍ରିଲ ଓ ମେ ମାସରେ ଗ୍ରୀଷ୍ମ ପ୍ରବାହ ଅଂଶୁଘାତ ନିୟନ୍ତ୍ରଣ ପାଇଁ କିପରି ପ୍ରସ୍ତୁତି ହେବା ଆବଶ୍ୟକ ସେ ବିଷୟରେ ଜିଲ୍ଲାର ବିଭିନ୍ନ ଅଧିକାରୀ ମାନଙ୍କ ସହ ଆଲୋଚନା କରିଥିଲେ ।
ଚଳିତ ବର୍ଷର ପ୍ରଥମାର୍ଦ୍ଧରୁ ହିଁ ପ୍ରବଳ ଗ୍ରୀଷ୍ମ ପ୍ରବାହ ଗଜପତି ଜିଲ୍ଲାରେ ଅନୁଭୂତ ହୋଇଥିବା ବେଳେ ଆଗକୁ ଏହା ଆହୁରି ତିବ୍ର ରୂପ ନେବାର ଆଶଙ୍କା ରହିଛି । ତେଣୁ ଗ୍ରୀଷ୍ମ ପ୍ରବାହ ଯୋଗୁଁ ବିଭିନ୍ନ ସମୟରେ ଅଂଶୁଘାତ ହୋଇ ଜୀବନ ପ୍ରତି ବିପଦ ମଧ୍ୟ ସୃଷ୍ଟି ହେବାର ସମ୍ଭାବନା ରହିଛି , ତେଣୁ ସ୍ୱାସ୍ଥ୍ୟ ବିଭାଗକୁ ଉପଯୁକ୍ତ ପରିମାଣ ଓଆରଏସ: ପେକେଟ ଓ ଔଷଧ ମହଜୁଦ ରଖିବା ସହିତ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।
ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ମଧ୍ୟରେ ଏକ ସ୍ୱତନ୍ତ୍ର ଅଂଶୁଘାତ କକ୍ଷ କରାଯିବା ସହ ଅଂଶୁଘାତ ରୋଗୀଙ୍କ ପାଇଁ ସମସ୍ତ ପ୍ରକାର ଆଶୁ ଚିକିତ୍ସା ବ୍ୟବସ୍ଥାକୁ ତ୍ୱରାନ୍ୱିତ କରିବାପାଇଁ ନିର୍ଦ୍ଦେଶ ଦିଆ ଯାଇଥିଲା ।
ସେହିପରି ସମସ୍ତ ଗ୍ରାମାଞ୍ଚଳ,ପାରଳାଖେମୁଣ୍ଡି ପୌରପରିଷଦ, କାଶୀନଗର ଏନ୍ଏସି, ସମସ୍ତ ବ୍ଲକ ପକ୍ଷରୁ ଜଳଛତ୍ର ମାନ ଖୋଲାଯିବାକୁ ମଧ୍ୟ ଆଲୋଚନା ହୋଇଥିଲା ।
ଖରାପ ଥିବା ନଳକୂଅକୁ ତୁରନ୍ତ ମରାମତି କରିବା ସହ ମଧ୍ୟାହ୍ନ ସମୟରେ ବାହାରେ ବୁଲିବାବେଳେ ପାଣି ବୋତଲ , ଛତା , ଟୋପି ତଥା ଓଦା କପଡା ଇତ୍ୟାଦି ମୁଣ୍ଡରେ ପକାଇ ଯାତାୟତ କରିବା ଏବଂ ଏନେଇ ଜିଲ୍ଲାର ସମସ୍ତ ଜନସାଧାରଣଙ୍କୁ ବ୍ୟାପକ ସଚେତନ କରାଇବାକୁ ମଧ୍ୟ ବିଭିନ୍ନ ବ୍ୟବସ୍ଥା ପାଇଁ ବିସ୍ତୃତ ଭାବେ ଆଲୋଚନା ହୋଇଥିଲା ।
ଗ୍ରୀଷ୍ମ ଦିନେ ବିଶେଷ କରି ପାନୀୟଜଳ ସମସ୍ୟା ଯେପରି ନ ଉପୁଜେ, ବିଦ୍ୟୁତ ବିଭ୍ରାଟ କିପରି ନ ଘଟେ, ପଶୁ ପକ୍ଷୀ ମାନଙ୍କ ଯତ୍ନ ନେବା, ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ରାଜ୍ୟ ସରକାରଙ୍କ ଗାଇଡ଼ ଲାଇନ ଅନୁଯାୟୀ ସକାଳ ସମୟରେ ଖୋଲିବା , ଜୀବନ ରକ୍ଷକ ଔଷଧ ମହଜୁଦ ରଖିବା , ଶ୍ରମିକମାନଙ୍କ କାର୍ଯ୍ୟ ସମ୍ପାଦନ କ୍ଷେତ୍ରରେ ସମୟ ସାରଣୀ ପରିବର୍ତ୍ତନ କରିବା , ଜୀବ ଜନ୍ତୁଙ୍କ ସୁରକ୍ଷା , ଜଙ୍ଗଲ ସୁରକ୍ଷା ଇତ୍ୟାଦି ଦୃଷ୍ଟି ଦେବାକୁ ବିଭାଗୀୟ କର୍ତ୍ତୃପକ୍ଷଙ୍କୁ କୁହାଯାଇଛି । ସେହିପରି ଅଂଶୁଘାତରେ କାହାର ମୃତ୍ୟୁ ଘଟେ ତେବେ ତୁରନ୍ତ ରିପୋର୍ଟ ପ୍ରଦାନ କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ।
ଏହି ବୈଠକରେ ଅତିରକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ସଂଗ୍ରାମ ଶେଖର ପଣ୍ଡା , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଶ୍ରୀ ରୋମାଞ୍ଚଳ ଖମାରି, ଉପଜିଲ୍ଲାପାଳ ଶ୍ରୀ ଆଲୋକ କୁମାର ପ୍ରଧାନ , ଅତିରିକ୍ତ ଜିଲ୍ଲା ଚିକିତ୍ସା ଅଧିକାରୀ ଡ଼ଃ. ମୁବାରକ୍ ଅଲ୍ଲି , ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବାମଦେବ ସିଂ , ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଶ୍ରୀ ପ୍ରଭାସ କୁମାର ବେହୁରା , ସମେତ ଜିଲ୍ଲାର ସମସ୍ତ ତହସିଲଦାର , ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ସମସ୍ତ ଲାଇନ ବିଭାଗର ଅଧିକାରୀ ଉପସ୍ଥିତ ରହି ସେମାନଙ୍କ ବିଭାଗୀୟ କାର୍ଯ୍ୟାଳୟ ପକ୍ଷରୁ ସମ୍ଭାବ୍ୟ ପରିସ୍ଥିତିର ମୁକାବିଲା କରିବା ପାଇଁ କିଭଳି ଭାବେ ପ୍ରସ୍ତୁତି ରହି ଆଗୁଆ ଭାବେ ବିଭିନ୍ନ ପଦକ୍ଷେପ ନେଇଛନ୍ତି , ସେ ସବୁ ଉପରେ ବୈଠକରେ ଅବଗତ କରାଇ ଥିଲେ ।

 

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031