Indus Valley Times

ଗଜପତି: ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

 Breaking News

ଗଜପତି: ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଜପତି: ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ
September 19
18:55 2023

ଗଣେଶ କୁମାର ରାଜୁଙ୍କ ରିପୋର୍ଟ
ଗଜପତି,୧୯/୯: ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅନ୍ତର୍ଗତ ଲାଇଲାଇ ଗ୍ରାମସ୍ଥିତ ପଞ୍ଚାୟତ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷଠାରେ ଆଜି ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଶ୍ରୀ ସ୍ମୃତି ରଞ୍ଜନ ପ୍ରଧାନ ଓ ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ: କୁମାର ଯୋଗ ଦେଇ ମିଳିତ ଜନ ଅଭିଯୋଗ ଶୁଣାଣୀ କରିଥିଲେ ।
ଏହି ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଲାଇଲାଇ ପଞ୍ଚାୟତ ସମେତ ଗଣ୍ଡାହାତୀ , ଏସ୍.କରଡ଼ାସିଂ ଓ ଲକ୍ଷ୍ମୀପୁର ଗ୍ରାମ ପଞ୍ଚାୟତର ମୋଟ ୧୨୩ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରା ଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୩୦ ଗୋଟି ଥିବା ବେଳେ ଗ୍ରାମ ଭିତ୍ତିକ ଅଭିଯୋଗ ସମସ୍ୟା- ୯୩ ଗୋଟି ରହିଥିଲା । ଆସିଥିବା ଉଭୟ ବ୍ୟକ୍ତିଗତ ଓ ଗ୍ରାମଭିତ୍ତିକ ଅଭିଯୋଗ ସମସ୍ୟା ମୋଟ ୧୨୩ ଗୋଟି ମଧ୍ୟରୁ ଶୁଣାଣୀ କାର୍ଯ୍ୟକ୍ରମରେ ମୋଟ ୩୨ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରା ଯାଇଥିଲା ।
ଅନ୍ୟପକ୍ଷରେ ଦୁଇ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଦଶ ହଜାର ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରା ଯାଇଥିଲା ।
ଆଜିର ଏହି ଅଭିଯୋଗ ଶୁଣାଣି ଶିବିର କାର୍ଯ୍ୟକ୍ରମରେ ସାମାଜିକ ସୁରକ୍ଷା , ଜମି ପଟ୍ଟା , ଜଳ ସେଚନ , ଗୃହ ନିର୍ମାଣ , ରାସନ୍ କାର୍ଡ , ମନରେଗା , ଶିକ୍ଷା , ମୋ ଘର ଯୋଜନା ଓ ରାସ୍ତା ପ୍ରଭୃତି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।
ସେଥି ମଧ୍ୟରୁ ଉପରୋକ୍ତ ଏହି ଚାରି ଗୋଟି ପଞ୍ଚ୍ୟାୟତର ୮୦ ଜଣ ହିତଧିକାରୀଙ୍କୁ ଜଙ୍ଗଲ ଜମି ପଟ୍ଟା ବଣ୍ଟନ କରା ଯାଇଥିଲା।
ଆଜି\’ର ଏହି ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ସମୟରେ ଅନ୍ୟମାନଙ୍କ ମଧ୍ୟରେ ରାୟଗଡ଼ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ପୂର୍ଣ୍ଣବାସୀ ନାୟକ , ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ସୁଧିର କୁମାର ସିଂ , ତହସିଲଦାର ଶ୍ରୀମତୀ ଲୀଳାବତୀ ଆଚାର୍ଯ୍ୟ , ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ନର୍ମଦା ନାୟକ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଗଣଙ୍କ ସମେତ ସ୍ଥାନୀୟ ଜନ ପ୍ରତିନିଧି ଓ ଗ୍ରାମବାସି ମାନେ ବହୁ ସଂଖ୍ୟାରେ ଉପସ୍ଥିତ ଥିଲେ ।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031