Indus Valley Times

ଗଜପତି: ବିଶ୍ୱ ତମାଖୁ ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ପ୍ରତିଯୋଗିତା କାର୍ଯ୍ୟକ୍ରମ

 Breaking News

ଗଜପତି: ବିଶ୍ୱ ତମାଖୁ ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ପ୍ରତିଯୋଗିତା କାର୍ଯ୍ୟକ୍ରମ

May 26
19:13 2022

ଗଣେଶ କୁମାର ରାଜୁଙ୍କ ରିପୋର୍ଟ
ଗଜପତି, ୨୬/୫ : ଗଜପତି ଜିଲ୍ଲା ଗୁମା ବ୍ଲକ ଅନ୍ତର୍ଗତ ପଦ୍ମପୁର ସ୍ଥିତ ବିନୋଦିନୀ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବିଶ୍ୱ ତମାଖୁ ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ବିଭିନ୍ନ ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ମନୋଜ କୁମାର ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାର ଅତିରିକ୍ତ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼: ଆନନ୍ଦ ଚନ୍ଦ୍ର ସାମନ୍ତରାୟ ଯୋଗ ଦେଇଥିବା ବେଳେ ସୂର୍ଯ୍ୟକାନ୍ତ ମିଶ୍ର ଓ ଜାତୀୟ ସେବା ଯୋଜନାର ଜିଲ୍ଲା ପ୍ରମୁଖ ଡ଼: ସନ୍ୟାସୀ ବେହେରା ପ୍ରମୁଖ ମଞ୍ଚାସୀନ ଅତିଥି ଭାବେ ଯୋଗ ଦେଇ ତମାଖୁ\’ର ଅପକାରିତା ଓ ଏହାକୁ ବର୍ଜନ କରିବା ଆବଶ୍ୟକତା ଉପରେ ବକ୍ତବ୍ୟ ରଖିଥିଲେ ।
ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ଓ ଜାତୀୟ ସେବା ଯୋଜନାର ମିଳିତ ଆନୁକୂଲ୍ୟରେ ଆୟୋଜିତ ହୋଇଥଲା ।
ଏଥିରେ ଗଜପତି ଜିଲ୍ଲାର ବିଭିନ୍ନ କଲେଜରୁ ପ୍ରାୟ ୫୫ ଜଣ ଛାତ୍ରଛାତ୍ରୀ ଅନୁଷ୍ଠିତ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିଥିଲେ ।
ତର୍କ ପ୍ରତିଯୋଗିତାରେ ପ୍ରିୟା ପ୍ରଧାନ ପ୍ରଥମ , ଶ୍ରୀ ବିନୟ ରାଜ ଦ୍ବିତୀୟ ଓ ସୌଦାଗର ସିଅ ତୃତୀୟ ସ୍ଥାନ ଅଧିକାର କରିଥିବା ବେଳେ ସ୍ଲୋଗାନ ପ୍ରତିଯୋଗିତାରେ ଶ୍ରୀ ସୁରଜିତ ମନୋହର ଲିମା ପ୍ରଥମ , ପ୍ରିୟା ପ୍ରଧାନ ଦ୍ବିତୀୟ ଓ ଅନିତା ରଇତ ତୃତୀୟ ସ୍ଥାନ ଅଧିକାର କରିଥିଲେ ।
ସେହିଭଳି ଚିତ୍ରାଙ୍କନ ପ୍ରତିଯୋଗିତାରେ ଶ୍ରୀ ଚନ୍ଦୁ ନାୟକ ପ୍ରଥମ , ପ୍ରିୟା ପାତ୍ର ଦ୍ଵିତୀୟ ଓ ଆରନ ରଇତ ତୃତୀୟ ସ୍ଥାନ ଅଧିକାର କରିଛନ୍ତି ।
ଆସନ୍ତା ମଇ ୩୧ ତାରିଖରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ବିଶ୍ୱ ତମାଖୁ ଦିବସ କାର୍ଯ୍ୟକ୍ରମରେ କୃତି ପ୍ରତିଯୋଗୀ ମାନଙ୍କୁ ପ୍ରମାଣ ପତ୍ର ଓ ପୁରସ୍କାର ବିତରଣ କରାଯିବ।
ଜାତୀୟ ସେବା ଯୋଜନାର ଅଫିସର ଅଧ୍ୟାପକ ଶ୍ରୀ ସୀତାରମ ପ୍ରଧାନ କାର୍ଯ୍ୟକ୍ରମକୁ ସୁପରିଚାଳନା କରିଥିବା ବେଳେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସମସ୍ତ ଅଧ୍ୟାପକ ଅଧ୍ୟାପିକା ଓ କର୍ମଚାରୀ ବୃନ୍ଦ ଏହି ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନାରେ ସହଯୋଗ କରିଥିଲେ ।
କାର୍ଯ୍ୟକ୍ରମ ଶେଷରେ ଅଧ୍ୟକ୍ଷ ଶ୍ରୀ ମନୋଜ କୁମାର ପଟ୍ଟନାୟକ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031