Indus Valley Times

ଗଜପତି:ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

 Breaking News

ଗଜପତି:ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଜପତି:ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ
February 06
20:00 2023

ଗଣେଶ କୁମାର ରାଜୁଙ୍କ ରିପୋର୍ଟ
ଗଜପତି,୬/୨: ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷର ଅଭିଯୋଗ ଶୁଣାଣୀ ପ୍ରକୋଷ୍ଠ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
ଗଜପତି ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା , ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ୍ କୁମାର , ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ପ୍ରଦୀପ କୁମାର ନାୟକ ପ୍ରମୁଖ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।
ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ମୁଖ୍ୟତଃ ପାରଳାଖେମୁଣ୍ଡି ପୌର ପରିଷଦ ସମେତ ରାଣୀପେଣ୍ଠ , ବାଘସଲା , ସିଧାମାଡଙ୍ଗ , କେରାଣ୍ଡି ଓ କତଲକଇଠା ପ୍ରଭୃତି ଗ୍ରାମ ପଞ୍ଚାୟତର ମୋଟ ୯୦ ଟି ଅଭିଯୋଗ ପତ୍ର ଗ୍ରହଣ କରା ଯାଇଥିଲା ବେଳେ ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୮୨ ଟି , ଗ୍ରାମ ଭିତ୍ତିକ ତଥା ସାମୁହିକ ସମସ୍ୟା- ୮ଟି ଆସିଥିଲା । ୧୬ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି । ଜଣକୁ ରେଡ୍ କ୍ରସ୍ ପାଣ୍ଠି\’ରୁ ୫୦୦୦ ଟଙ୍କା ପ୍ରଦାନ କରାଯାଇଛି ।
ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ମୁଖ୍ୟତଃ ସାମାଜିକ ସୁରକ୍ଷା , ଜମି ପଟ୍ଟା , ଜଳ ସେଚନ , ଗୃହ ନିର୍ମାଣ , ରାସନ୍ କାର୍ଡ , ମନରେଗା , ଶିକ୍ଷା , ରାସ୍ତା ସମସ୍ୟା ସମ୍ବନ୍ଧୀୟ ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।
ଅଜିର ମିଳିତ ଜନ ଅଭିଯୋଗ ଶୁଣାଣିରେ ଆବେଦନର ତୁରନ୍ତ ଫଇସଲା କରିବା ନିମନ୍ତେ ଉପସ୍ଥିତ ଥିବା ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ଶ୍ରୀ ପଣ୍ଡା ନିର୍ଦ୍ଦେଶ ଦେଇଥିଲେ ଏବଂ ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି ।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ପିଏ-ଆଇଟିଡିଏ: ଶ୍ରୀ ଫାଲଗୁନି ମାଝୀ , ଡେପୁଟି କଲେକ୍ଟର ଶ୍ରୀ ନଟବର ଗରଡା , ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ନର୍ମଦା ନାୟକ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ ।

About Author

indadmin

indadmin

Related Articles

Archives

Calendar

September 2024
M T W T F S S
 1
2345678
9101112131415
16171819202122
23242526272829
30