Indus Valley Times

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୬୮ କରୋନା ପଜିଟିଭ୍ ଚିହ୍ନଟ, ଆଉ ୮ ଜଣଙ୍କ ଜୀବନ ନେଲା କରୋନା

 Breaking News

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୬୮ କରୋନା ପଜିଟିଭ୍ ଚିହ୍ନଟ, ଆଉ ୮ ଜଣଙ୍କ ଜୀବନ ନେଲା କରୋନା

March 01
10:06 2022

ଭୁବନେଶ୍ୱର, ୧/୩ : ମଙ୍ଗଳବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୬୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୫୨୦୬ ଜଣକୁ ବୃଦ୍ଧି ପାଇଛି ।
ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୯ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୬୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୯ ଜଣ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୧୪ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୨୨ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୬ଜମ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ ଓ
ଖୋର୍ଦ୍ଧା ଜିଲ୍ଲାରୁ ୮ଜଣଅକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
କୋରାପୁଟ ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୩୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୪ଜଣ, ଷ୍ଟେଟ ପୁଲ୍ରୁ ୨ଜଣ ରହିଛନ୍ତି ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୫୨୦୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୩୪୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୩୭୩୪ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୯୩୦୮୨୬୦ସାମ୍ପୁଲ ଟେଷ୍ଟ୍ ହୋଇଛି ।
ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୬୮ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୮ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୭୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

About Author

indadmin

indadmin

Related Articles

Archives

Calendar

November 2024
M T W T F S S
 123
45678910
11121314151617
18192021222324
252627282930