Indus Valley Times

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨ ଜଣ କରୋନା ପଜିଟିଭ୍ ଚିହ୍ନଟ, ୧୮ ବର୍ଷ ବୟସ ମଧ୍ୟରେ ଜଣେ ସଂକ୍ରମିତ

 Breaking News

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨ ଜଣ କରୋନା ପଜିଟିଭ୍ ଚିହ୍ନଟ, ୧୮ ବର୍ଷ ବୟସ ମଧ୍ୟରେ ଜଣେ ସଂକ୍ରମିତ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨ ଜଣ କରୋନା ପଜିଟିଭ୍ ଚିହ୍ନଟ, ୧୮ ବର୍ଷ ବୟସ ମଧ୍ୟରେ ଜଣେ ସଂକ୍ରମିତ
June 15
10:58 2022

ଭୁବନେଶ୍ୱର ୧୫/୬ : ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ଜଣେ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୬୯୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୬ଜଣ, ଷ୍ଟେଟ ପୁଲ୍ରୁ ୩ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୬୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୬୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୯୩୫୧ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୯୦୨୧୪୩ସାମ୍ପୁଲ ଟେଷ୍ଟ୍ ହୋଇଛି ।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031