Indus Valley Times

ଗୁମାକିଆ ବିଦ୍ୟାଳୟର ଦ୍ୱିତୀୟ ବାର୍ଷିକ ଉତ୍ସବ

 Breaking News

ଗୁମାକିଆ ବିଦ୍ୟାଳୟର ଦ୍ୱିତୀୟ ବାର୍ଷିକ ଉତ୍ସବ

February 02
21:14 2025

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ
ବାଲିଗୁଡା, ୨/୨: କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ରୁତୁଙ୍ଗିଆ ପଞ୍ଚାୟତ ଗୁମାକିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦ୍ୱିତୀୟ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି ।
ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ସୁମ୍ବିରା ମଳିକ ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଉତ୍ସବରେ ରୁତୁଙ୍ଗିଆ ପଞ୍ଚାୟତ ସରପଞ୍ଚ ଶ୍ରୀମତୀ ପିଙ୍କି ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦୀପ ଧୂପ ପ୍ରଜ୍ଜଳନ ପୂର୍ବକ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ ।
ଏଥିରେ ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ମୁଖ୍ୟ ବକ୍ତା ଭାବେ ରୁତୁଙ୍ଗିଆ ପଞ୍ଚାୟତ ଆଞ୍ଚଳିକ ସାଧନ କର୍ମୀ ସାବତ ପ୍ରଧାନ, ସମ୍ମାନିତ ଅତିଥି ଭାବେ ରୁତୁଙ୍ଗିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନିରଞ୍ଜନ ବେହେରା, ପିଇଓ ସୁଶାନ୍ତ କୁମାର ବେହେରା, ଗାଲିଗୁରା ପଞ୍ଚାୟତ ସିଆରସିସି ଜୟ ପ୍ରକାଶ ପ୍ରଧାନ ପ୍ରମୁଖ ଯୋଗ ଦେଇ ଶିକ୍ଷା-ଶିକ୍ଷକ ଓ ଛାତ୍ର ଛାତ୍ରୀ ର ଗୁରୁତ୍ୱ ସମ୍ପର୍କରେ ସମ୍ୟକ ଅଭିଭାଷଣ ପ୍ରଦାନ କରିଥିଲେ ।
ପ୍ରଧାନ ଶିକ୍ଷକ କୈଳାଶ ଚନ୍ଦ୍ର ପଣ୍ଡା ଅତିଥି ମାନଙ୍କର ପରିଚୟ ପ୍ରଦାନ କରି ବାର୍ଷିକ ବିବରଣୀ ପଠନ କରିଥିଲେ । ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା ।
ଶେଷରେ ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ବିଭିନ୍ନ ପ୍ରକାର ସାଂସ୍କୃତିକ କାର‌୍ୟ୍ୟକ୍ରମ ଆୟୋଜନ ହୋଇଥିଲା । ଏଥିରେ ସତ୍ୟ ନାରାୟଣ ତ୍ରିପାଠୀ ପରିଚାଳନା କରିଥିବା ବେଳେ ଭକ୍ତ ବତ୍ସଳ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ ।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031