Indus Valley Times

ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲା, ୧୦ ଅଭିଯୁକ୍ତଙ୍କୁ କାବୁ କଲା ପୋଲିସ

 Breaking News

ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲା, ୧୦ ଅଭିଯୁକ୍ତଙ୍କୁ କାବୁ କଲା ପୋଲିସ

ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲା, ୧୦ ଅଭିଯୁକ୍ତଙ୍କୁ କାବୁ କଲା ପୋଲିସ
June 17
11:12 2025

ବ୍ରହ୍ମପୁର, ୧୭/୬ : ଗୋପାଳପୁରରେ ଲଜ୍ଜା । ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲାରେ ୧୦ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ ।
ଗୋପାଳପୁର ବେଳାଭୂମିରେ ଯୁବତୀ ଜଣକ ଗଣଦୁଷ୍କର୍ମର ଶିକାର ହୋଇଥିବା ଅଭିଯୋଗ ହୋଇଥିଲା । ଏହି ଘଟଣାରେ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ କରିଥିଲା ।
ସୋମବାର ୭ ଜଣ ଯୁବକଙ୍କୁ ଅଟକ ରଖାଯାଇଥିଲା । ଆଜି ଗୋପାଳପୁର ପୋଲିସ ୩ ଜଣ ଯୁବକଙ୍କୁ ଗିରଫ କରିଛି । ଘଟଣାସ୍ଥଳକୁ ଯାଇ ଛାନ୍‌ଭିନ୍ କରିବ ପୋଲିସ ।
ସୂଚନା ଅନୁସାରେ, ରବିବାର ରଜ ସଂକ୍ରାନ୍ତିରେ ଯୁବତୀ ଜଣକ ନିଜ ପୁରୁଷ ବନ୍ଧୁଙ୍କ ସହ ଗୋପାଳପୁର ବେଳାଭୂମି ବୁଲିବାକୁ ଯାଇଥିଲେ। ଏହି ସମୟରେ ପ୍ରାୟ ୧୦ଜଣ ଯୁବକ ସେମାନଙ୍କୁ ଘେରି ଯାଇଥିଲେ । ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣଦୁଷ୍କର୍ମ କରିଥିବା ପୀଡିତା ଗୋପାଳପୁର ଥାନାରେ ଅଭିଯୋଗ କରିଥିଲେ ।
ଅଭିଯୋଗ ଆଧାରରେ ସୋମବାର ୭ ଜଣ ଯୁବକଙ୍କୁ ଅଟକ ରଖାଯାଇଥିଲା ଓ ଆଜି ୩ ଜଣଙ୍କୁ ଗିରଫ କରାଯାଇଛି । ବାହାର ରାଜ୍ୟକୁ ଫେରାର ପାଇଁ ଉଦ୍ୟମ କରୁଥିଲେ ବୋଲି ସୂଚନା ମିଳିଛି । ପୋଲିସ ଘଟଣାର ଅଧିକ ତଦନ୍ତ ପାଇଁ ଘଟଣାସ୍ଥଳକୁ ଯାଇ ଛାନ୍‌ଭିନ୍ କରିବ ।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031