ଚଳିତ ବର୍ଷ ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
![ଚଳିତ ବର୍ଷ ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ](http://indusvalleytimes.com/news/wp-content/uploads/2020/09/naveen-patnaik-680x365_c.jpg)
October 15
12:12
2021
ଭୁବନେଶ୍ୱର.୧୫/୧୦: ଚଳିତ ବର୍ଷ ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ଅକ୍ଟୋବର ୧୬ ତାରିଖ ହେଉଛି ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ। ତେବେ ଗତବର୍ଷ ଭଳି ଏଥର ବି ନିଜର ଜନ୍ମଦିନ ପାଳନ ନ କରିବାକୁ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ। କୋଭିଡ ସଂକ୍ରମଣକୁ ଆଖି ଆଗରେ ରଖି ଏଭଳି ନିଷ୍ପତ୍ତି ନେଇଛନ୍ତି ସେ।
ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାବାସୀଙ୍କ ଭଲ ପାଇବା, ଶୁଭେଚ୍ଛା ଓ ଆଶୀର୍ବାଦ ନିମନ୍ତେ ମୁଁ ସବୁବେଳେ ଋଣୀ। କୋଭିଡ ଯୋଗୁଁ ଗତ ଦେଢ ବର୍ଷ ହେଲା ଆମେ ସମସ୍ତେ କଠିନ ସମୟ ଦେଇ ଗତି କରୁଛୁ। ତେଣୁ ଆଗାମୀକାଲି ନବୀନ ନିବାସ ନ ଆସି କୋଭିଡରେ ମୃତ୍ୟୁବରଣ କରିଥିବା ଲୋକଙ୍କ ପରିବାରକୁ ସାହାଯ୍ୟ କରିବା ଏବଂ ରକ୍ତଦାନ ଭଳି ମହତ୍ କାର୍ୟ୍ୟରେ ସମସ୍ତେ ସାମିଲ ହେଲେ, ତାହା ମୋପାଇଁ ସବୁଠାରୁ ବଡ଼ ଶୁଭେଚ୍ଛା ହେବ।