Indus Valley Times

ଛାତ୍ରୀ ନିଜ ଜୀବନ ନେବାକୁ ଉଦ୍ୟମ କରିବା ଘଟଣା: ରାଜ୍ୟପାଳଙ୍କ ହସ୍ତକ୍ଷେପ ଲୋଡ଼ିଲେ ନବୀନ

 Breaking News

ଛାତ୍ରୀ ନିଜ ଜୀବନ ନେବାକୁ ଉଦ୍ୟମ କରିବା ଘଟଣା: ରାଜ୍ୟପାଳଙ୍କ ହସ୍ତକ୍ଷେପ ଲୋଡ଼ିଲେ ନବୀନ

ଛାତ୍ରୀ ନିଜ ଜୀବନ ନେବାକୁ ଉଦ୍ୟମ କରିବା ଘଟଣା: ରାଜ୍ୟପାଳଙ୍କ ହସ୍ତକ୍ଷେପ ଲୋଡ଼ିଲେ ନବୀନ
July 13
13:55 2025

ଭୁବନେଶ୍ବର,୧୩/୭: ବାଲେଶ୍ବରର ଏଫଏମ କଲେଜ ଘଟଣାକୁ ନେଇ ସାରା ରାଜ୍ୟ ଉଠୁଛି ପଡୁଛି। ତେବେ ଏମ୍ସରେ ଛାତ୍ରୀଜଣକ ଜୀବନମରଣ ନେଇ ଗତି କରୁଥିବାବେଳେ ମନ୍ତ୍ରୀମାନେ ସେଠାରେ ଭିଡ ଜମାଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଉ କିଛି ସମୟରେ ସେଠରେ ପହଞ୍ଚିବେ ବୋଲି ଜଣାପଡିଛି।
ଏହି ଅଭାବନୀୟ ଘଟଣାକୁ ନେଇ ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରାଜ୍ୟପାଳଙ୍କୁ ହସ୍ତକ୍ଷେପ କରିବାକୁ ଟ୍ବିଟ କରି ଅନୁରୋଧ କରିଛନ୍ତି। ଏହି ଘଟଣାରେ ନ୍ୟାୟ ପାଇଁ ସେ ବିଶ୍ବବିଦ୍ୟାଳୟର କୁଳପତିଙ୍କୁ ତୁରନ୍ତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେବା ପାଇଁ ରାଜ୍ୟପାଳଙ୍କୁ ଚିଠି ଲେଖିଛନ୍ତି।
ନବୀନ ପଟ୍ଟନାୟକ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ବାଲେଶ୍ବରର ଏହି ଘଟଣା ଅତ୍ୟନ୍ତ ଗମ୍ଭୀର ଏବଂ ଏହା ଛାତ୍ରୀଙ୍କ ସୁରକ୍ଷା ଓ ସମ୍ମାନ ସହ ଜଡ଼ିତ। ସେ କହିଛନ୍ତି, “ଏକ ଶିକ୍ଷାନୁଷ୍ଠାନରେ ଏଭଳି ଘଟଣା ଅଗ୍ରହଣୀୟ। ରାଜ୍ୟପାଳ Kambhampati Hari Babuଙ୍କୁ ଅନୁରୋଧ କରୁଛି ଯେ ସେ ଏହି ମାମଲାରେ ତୁରନ୍ତ ହସ୍ତକ୍ଷେପ କରନ୍ତୁ ଏବଂ ବିଶ୍ବବିଦ୍ୟାଳୟ କୁଳପତିଙ୍କୁ ନିର୍ଦ୍ଦେଶ ଦିଅନ୍ତୁ ଯାହା ଫଳରେ ପୀଡ଼ିତା ଛାତ୍ରୀଙ୍କୁ ନ୍ୟାୟ ମିଳିପାରିବ।”
ପ୍ରିନ୍ସିପାଲଙ୍କଠାରୁ ଉଚ୍ଚଶିକ୍ଷା ମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କୁ ପୀଡିତା ଜଣାଇଥିଲେ। ବାରମ୍ବାର ଅଭିଯୋଗ ସତ୍ତ୍ୱେ ତାଙ୍କୁ କିପରି ନ୍ୟାୟ ପାଇବାରୁ ବଞ୍ଚିତ କରାଗଲା? ମାସ ମାସ ଧରି ସେ ଭୟ ଏବଂ ଯନ୍ତ୍ରଣାରେ ବଞ୍ଚି ରହିଥିଲେ। ନିବେଦନ କରି, ସେ ଅନେକ ଉଚ୍ଚ ପଦାଧିକାରୀଙ୍କୁ ମଧ୍ୟ ଟ୍ୟାଗ କରିଥିଲେ। ଶେଷ ପ୍ରୟାସ ବିଫଳ ହେବାରୁ ପ୍ରିନ୍ସିପାଲଙ୍କ ଚାମ୍ବର ବାହାରେ ଆତ୍ମାହୁତି ଉଦ୍ୟମ କଲେ। ଛାତ୍ରୀଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି ବୋଲି ନବୀନ କହିଛନ୍ତି।
ସୂଚନାଯୋଗ୍ୟ, ଏହି ଘଟଣା ସାମ୍ନାକୁ ଆସିବା ପରେ ବିଶ୍ବବିଦ୍ୟାଳୟ ପରିସରରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଅନେକ ଛାତ୍ର ସଂଗଠନ ଏହାର ତୀବ୍ର ବିରୋଧ କରି ତଦନ୍ତ ଓ ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ଏମ୍ସ ବର୍ଣ୍ଣ ୱାର୍ଡରେ ଜୀବନ ସହ ସଂଘର୍ଷ କରୁଛନ୍ତି ପୀଡ଼ିତା ।
ତାଙ୍କ ଶରୀରର ୯୫ ପ୍ରତିଶତ ପୋଡ଼ିଯାଇଛି । ଛାତ୍ରୀ ଜଣକ ଅତି ସଙ୍କଟାପନ୍ନ ଅବସ୍ଥାରେ ଥିବା ଏମ୍ସ ନିର୍ଦ୍ଦେଶକ ଡାକ୍ତର ଆଶୁତୋଷ ବିଶ୍ବାସ ସୂଚନା ଦେଇଛନ୍ତି । ପୀଡ଼ିତା ଜୀବନ ମରଣ ସହ ସଂଘର୍ଷ କରୁଛନ୍ତି । ୧୨ ଜଣିଆ ଡାକ୍ତରୀ ଦଳ ଚିକିତ୍ସାରେ ନିୟୋଜିତ ରହିଛନ୍ତି । ଏହି ଘଟଣାରେ ଉଚ୍ଚଶିକ୍ଷା ବିଭାଗ ତ୍ବରିତ୍ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି କଲେଜର ଅଧ୍ୟକ୍ଷ ଦିଲ୍ଲୀପ କୁମାର ଘୋଷ ଓ ଅଭିଯୁକ୍ତ ସହକାରୀ ପ୍ରଫେସର ସମୀର କୁମାର ସାହୁଙ୍କୁ ନିଲମ୍ବିତ କରିଛନ୍ତି । ଏଥି ସହିତ ସହକାରୀ ପ୍ରଫେସର ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ ମଧ୍ୟ କରାଯାଇଛି ।

About Author

indadmin

indadmin

Related Articles

Archives

Calendar

August 2026
M T W T F S S
 12
3456789
10111213141516
17181920212223
24252627282930
31