Indus Valley Times

ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

 Breaking News

ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ
August 04
21:21 2025

ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟ
ଖୋର୍ଦ୍ଧା , ୪/୮ : ଜିଲ୍ଲା ପ୍ରଶାସନ ଏବଂ ପୁଲିସ ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣୀ ଶିବିର ଆଜି ପୂର୍ବାହ୍ନରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି।
ଜିଲ୍ଲାପାଳ ଶ୍ରୀ ଅମ୍ରିତ୍ ଋତୁରାଜଙ୍କ ଅଧ୍ୟକ୍ଷତାରେ ଉକ୍ତ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ସାଗରିକା ନାଥ, ବନଖଣ୍ଡ ଅଧିକାରୀ, ଖୋର୍ଦ୍ଧା, ଶ୍ରୀ ଲାଡେ ଗଜାନନ୍ ଦୟାନନ୍ଦ, ଅତିରିକ୍ତ ଜିଲ୍ଲାପାଳ, ରାଜସ୍ବ, ଶ୍ରୀ ସାଫଲ୍ୟ ମଣ୍ଡିତ ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ, ପ୍ରଶାସନ, ଶ୍ରୀ ପ୍ରତାପ ଚନ୍ଦ୍ର ବେଉରା ,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀ ଜ୍ୟୋତି ଶଙ୍କର ସାହୁ , ଉପ ଜିଲ୍ଲାପାଳ ଶ୍ରୀ କିଶୋର କୁମାର ପଣ୍ଡା ,ଡେପୁଟି କଲେକ୍ଟର ଜରୁରୀ ଶ୍ରୀତପା ମିଶ୍ର,ସହକାରୀ ଜିଲ୍ଲାପାଳ,ଅଭିଯୋଗ, ଭୁବନେଶ୍ଵରୀ କଅଁର ଯୋଗଦେଇଥିଲେ ।
ଆଜିର ଅଭିଯୋଗ ଶିବିରକୁ ମୋଟ ୧୧୨ ଗୋଟି ଅଭିଯୋଗ ଆସିଥିବା ବେଳେ ତନ୍ମଧ୍ୟରୁ ୧୦୩ ଗୋଟି ଅଭିଯୋଗ ବ୍ୟକ୍ତିଗତ ଏବଂ ୦୯ ଗୋଟି ଅଭିଯୋଗ ଗ୍ରାମୀଣ ସମସ୍ୟା ଜନିତ ଥିଲା ।
ସମସ୍ତ ଅଭିଯୋଗ ଗୁଡ଼ିକୁ ସଂପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କ ସହ ଆଲୋଚନା କରାଯାଇ ସେଗୁଡିକୁ ସମାଧାନ ପାଇଁ ତୁରନ୍ତ ପଦକ୍ଷେପ ଗ୍ରହଣ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ।
ଜରୁରୀ ସ୍ୱାସ୍ଥ୍ୟସେବା ଜନିତ ୦୨ ଜଣ ଅଭିଯୋଗ କାରୀଙ୍କ ଦରଖାସ୍ତକୁ ବିଚାର କରାଯାଇ ସ୍ୱାସ୍ଥ୍ୟ ଚିକିତ୍ସା ନିମନ୍ତେ ନିରଞ୍ଜନ ସାମଲ, ବିର ଭୁଆସୁଣୀ, ବଡକୁମାରୀ ଗ୍ରାମ ପଞ୍ଚାୟତ, ଖୋର୍ଦ୍ଧାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୧୦ ହଜାର ଏବଂ ମନୋରମା ଭୂୟାଁ, ସାନପଲା ,ଖୋର୍ଦ୍ଧାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୧୦ ହଜାର ଟଙ୍କା ଚିକିତ୍ସା ନିମନ୍ତେ ଜିଲ୍ଲାପାଳ ଶ୍ରୀ ଅମ୍ରିତ୍ ଋତୁରାଜ ପ୍ରଦାନ କରିଥିଲେ। ଜନଶୁଣାଣି ଶିବିରରେ ଅନ୍ୟ ମାନଙ୍କ ମଧ୍ୟରେ, ଅଧିକ୍ଷଣ ଯନ୍ତ୍ରୀ, ପୂର୍ତ୍ତ,ଇଂ ଶିବ ଲାଲ ସାହୁ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ,ଡାକ୍ତର ସଞ୍ଜୟ ଚନ୍ଦ୍ର ରାୟ, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଶ୍ରୀ ରବି ନାରାୟଣ ସେନାପତି,ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ କୁସୁମ କୁମାରୀ ପ୍ରହରାଜ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ଦିଲ୍ଲୀପ କୁମାର ହିଆଲ , ନିର୍ବାହୀ ଅଧିକାରୀ, ଖୋର୍ଦ୍ଧା ପୌର ପରିଷଦ ରିଜ୍ୱାନା କାକ୍ୱାବ, ମଣ୍ଡଳ ଉନ୍ନୟନ ଅଧିକାରୀ, ଖୋର୍ଦ୍ଧା, ଶ୍ରୀମତୀ କ୍ଷୀରାଦ୍ଵ୍ଵି ତନୟା ସାହୁ, ଜିଲ୍ଲା ପଂଚାୟତ ଅଧିକାରୀ ଶ୍ରୀ ଶ୍ୟାମଳେନ୍ଦୁ ନାୟକ , ଜିଲ୍ଲା ବେସାମରିକ ଯୋଗାଣ ଅଧିକାରୀ, ଶ୍ରୀ ଜ୍ଞାନେନ୍ଦ୍ରିୟ ମିଶ୍ର, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀମତୀ ସୋନାମିକା ରାୟ, ଜିଲ୍ଲା ମଙ୍ଗଳ ଅଧିକାରୀ ଡ଼. ଗୀତାଂଶୁ ଦାଶ, ମୁଖ୍ୟ ଜିଲ୍ଲା ପଶୁ ଚିକିତ୍ସା ଅଧିକାରୀ ଡାକ୍ତର ରବି ପଟ୍ଟନାୟକ,ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଲକ୍ଷ୍ମଣ କୁମାର ବେହେରା, ଜିଲ୍ଲା କ୍ରୀଡ଼ା ଅଧିକାରୀ ଗୀତାଞ୍ଜଳୀ ପଣ୍ଡା, ଜିଲ୍ଲା ସଂସ୍କୃତି ଅଧିକାରୀ ଚୌଧୁରୀ ଅରବିନ୍ଦ ଦାସ , ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀମତୀ ବାଣୀଶ୍ରୀ ପଟ୍ଟନାୟକଙ୍କ ସମେତ ବି ଡି ଓ ଏବଂ ତହସିଲଦାର ଓ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଅଧିକାରୀ ଏବଂ ଲାଇନ ଡିପାର୍ଟମେଣ୍ଟ ବରିଷ୍ଠ ଯନ୍ତ୍ରୀ ଓ ଅଧିକାରୀ ମାନେ ଯୋଗ ଦେଇଥିଲେ ।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930