Indus Valley Times

ଝାରସୁଗୁଡ଼ାରେ ୩୭.୮ ଡିଗ୍ରୀ ତାପମାତ୍ରା

 Breaking News

ଝାରସୁଗୁଡ଼ାରେ ୩୭.୮ ଡିଗ୍ରୀ ତାପମାତ୍ରା

ଝାରସୁଗୁଡ଼ାରେ ୩୭.୮ ଡିଗ୍ରୀ ତାପମାତ୍ରା
March 17
18:43 2025

ଭୁବନେଶ୍ୱର,୧୭/୩: ମଙ୍ଗଳବାର ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ପାଣିପାଗ ବିଭାଗ ମଙ୍ଗଳବାର ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଆଶଙ୍କା କରିଛି। ଏ ନେଇ ବୌଦ୍ଧ ଜିଲାକୁ ଅରେଞ୍ଜ ୱାର୍ନିଂ ଜାରି କଲା ପାଣିପାଗ ବିଭାଗ। ବଲାଙ୍ଗୀର ଓ ଝାରସୁଗୁଡ଼ାକୁ ୟେଲୋ ୱାର୍ନିଂ ଜାରି ହୋଇଛି। ଶିଶୁ , ବୃଦ୍ଧ ଓ ରୋଗୀଙ୍କ ପାଇଁ ଅସହ୍ୟ ହୋଇପାରେ ତାତି ସବୁ ଜିଲାପାଳଙ୍କୁ ସ୍ବତନ୍ତ୍ର ରିଲିଫ କମିଶନର ଚିଠି ଲେଖିଛନ୍ତି।
ଅନ୍ୟପକ୍ଷେ ରାଜ୍ୟରେ ଗତ ୬ ଦିନ ହେଲା ତାପମାତ୍ରା ବଢ଼ିବାରେ ଚାଲିଛି। ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳିରେ ଜୀବନଯାତ୍ରା ପ୍ରଭାବିତ ହେଉଛି। ଏଭଳି ସ୍ଥିତିରେ ଖରାରେ ଜଳୁଛି ପଶ୍ଚିମ ଓଡ଼ିଶା। ସୋମବାର ପୂର୍ବାହ୍ନ ସାଢ଼େ ୧୧ରେ ଝାରସୁଗୁଡ଼ାରେ ତାପମାତ୍ରା ୩୭.୮ ଡିଗ୍ରୀରେ ପହଞ୍ଚିଛି। ସେହିପରି ହୀରାକୁଦରେ ୩୭ ଏବଂ ସମ୍ବଲପୁରରେ ତାପମାତ୍ରା ୩୬ ଡିଗ୍ରୀ ରେକର୍ଡ କରାଯାଇଛି।
୧୯ ତାରିଖ ଯାଏ କଲବଲ କରିବ ଅସମ୍ଭାଳ ତାତି । ଆଗାମୀ ୨ ଦିନ ରାଜ୍ୟରେ ସିଭିୟର ହିଟ୍‌ୱେଭ୍ ୱାର୍ନିଂ ରହିଛି। ଏନେଇ ଝାରସୁଗୁଡ଼ା, ସମ୍ବଲପୁର, କଳାହାଣ୍ଡି, ସୋନପୁର ଏବଂ ବୌଦ୍ଧ ଜିଲା ପାଇଁ ରେଡ୍ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।
ସେହିପରି ହିଟୱେଭକୁ ନେଇ ଅନୁଗୋଳ, ବଲାଙ୍ଗୀର, ସୁନ୍ଦରଗଡ଼ରେ ଅରେଞ୍ଜ ୱାର୍ନିଂ ସହ ମୟୂରଭଞ୍ଜ, କେନ୍ଦୁଝର ଢେଙ୍କାନାଳ ଓ ଗଜପତି ଜିଲା ପାଇଁ ୟେଲୋ ୱାର୍ନିଂ ଜାରି କରିଛି ପାଣିପାଗ ବିଭାଗ ।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031