Indus Valley Times

ଝାରସୁଗୁଡାରୁ ମୁଖ୍ୟମନ୍ତ୍ରୀଙ୍କ ସମ୍ଭାବ୍ୟ ବନ୍ୟା ସମୀକ୍ଷା; ଭିଡିଓ କନଫେରିନ୍ସ ଜରିଆରେ ଜିଲ୍ଲାପାଳଙ୍କ ସହ କଲେ ଆଲୋଚନା

 Breaking News

ଝାରସୁଗୁଡାରୁ ମୁଖ୍ୟମନ୍ତ୍ରୀଙ୍କ ସମ୍ଭାବ୍ୟ ବନ୍ୟା ସମୀକ୍ଷା; ଭିଡିଓ କନଫେରିନ୍ସ ଜରିଆରେ ଜିଲ୍ଲାପାଳଙ୍କ ସହ କଲେ ଆଲୋଚନା

ଝାରସୁଗୁଡାରୁ ମୁଖ୍ୟମନ୍ତ୍ରୀଙ୍କ ସମ୍ଭାବ୍ୟ ବନ୍ୟା ସମୀକ୍ଷା; ଭିଡିଓ କନଫେରିନ୍ସ ଜରିଆରେ ଜିଲ୍ଲାପାଳଙ୍କ ସହ କଲେ ଆଲୋଚନା
September 26
20:04 2025

ଭୁବନେଶ୍ୱର/ଝାରସୁଗୁଡ଼ା, ୨୬/୯ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉତ୍ତର ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଜନିତ ବର୍ଷାର ମୁକାବିଲା ସମ୍ପର୍କରେ ପ୍ରଭାବିତ ହେବାକୁ ଥିବା ୧୭ଟି ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଭିଡିଓ କନ୍‌ଫରେନ୍‌ସ ମାଧ୍ୟମରେ ଆଜି ଏକ ସମୀକ୍ଷା ବୈଠକ କରିଛନ୍ତି।
ବର୍ଷାକୁ ନଜରରେ ରଖି ଏହାର ପୂର୍ବ ପ୍ରସ୍ତୁତି ସମ୍ପର୍କରେ ପ୍ରଭାବିତ ହେବାକୁ ଥିବା ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ମୁଖ୍ୟମନ୍ତ୍ରୀ ଝାରସୁଗୁଡ଼ାରୁ ଆଲୋଚନା କରିଛନ୍ତି। ଜିଲ୍ଲା ଏବଂ ବ୍ଲକ ସ୍ତରରେ ନିୟନ୍ତ୍ରଣ କକ୍ଷଗୁଡ଼ିକ ୨୪ ଘଣ୍ଟା କାର୍ଯ୍ୟ କରିବା ଏବଂ ଏହାର ତଥ୍ୟ ଗୁଡିକ ଯେପରି ନିୟମିତ ଭାବେ ଅପ୍‌ଡେଟ୍ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଥିବା ବେଳେ ପରିବର୍ତ୍ତିତ ପରିସ୍ଥିତି ଦେଖି ଆବଶ୍ୟକ ପଦକ୍ଷେପ ନେବା ପାଇଁ ମଧ୍ୟ ପରାମର୍ଶ ଦେଇଛନ୍ତି।
ଲଘୁଚାପ ଜନିତ ବର୍ଷା ଏବଂ ଏହି ପରିସ୍ଥିତିର ମୁକାବିଲା କରିବା ପାଇଁ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇ କହିଥିଲେ ଯେ ପ୍ରବଳ ବର୍ଷା ଯୋଗୁଁ ସହରାଞ୍ଚଳ ସମେତ ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ। ଏପରି ପରିସ୍ଥିତିର ମୁକାବିଲା କରିବା ପାଇଁ ଡ୍ରେନେଜ୍ ଇଞ୍ଜିନିୟର ଏବଂ ଅଧିକାରୀମାନଙ୍କୁ ସହାୟକ କର୍ମଚାରୀ ଏବଂ ଯନ୍ତ୍ରପାତି ସହିତ ପ୍ରସ୍ତୁତ ରହିବା ଆବଶ୍ୟକ।
ଏହି ସମୟରେ ଜଳବନ୍ଦୀ ସମ୍ମୁଖୀନ ହେବାର ସମ୍ଭାବନା ଥିବା ଅଞ୍ଚଳରୁ ପାଣି ନିଷ୍କାସନ ପାଇଁ ସହରାଞ୍ଚଳ ସ୍ଥାନୀୟ ସଂସ୍ଥାଗୁଡ଼ିକ ପକ୍ଷରୁ ଆଗୁଆ ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଏଥି ସହିତ ଦାୟିତ୍ୱରେ ଥିବା ଇଞ୍ଜିନିୟରିଂ କର୍ମଚାରୀମାନେ ନଦୀ ଓ କେନାଲ ବନ୍ଧର ଦୁର୍ବଳ ସ୍ଥାନଗୁଡ଼ିକ ଉପରେ କଡ଼ା ନଜର ରଖିବା ପାଇଁ ଜିଲ୍ଲାପାଳ ମାନଙ୍କୁ ପରାମର୍ଶ ଦେଇଥିଲେ।
ତୁରନ୍ତ ସହାୟତା ପାଇଁ ଓଡ୍ରାଫ ଏବଂ ଅଗ୍ନିଶମ ସେବା ୟୁନିଟଗୁଡ଼ିକୁ ପୂର୍ଣ୍ଣ ପ୍ରସ୍ତୁତ, ବିଶେଷ କରି ତଳିଆ ଅଞ୍ଚଳ କିମ୍ବା ଯେଉଁଠାରେ ବନ୍ୟା ଆଶଙ୍କା ରହିଛି ଏବଂ ଅନ୍ୟାନ୍ୟ ଆବଶ୍ୟକ ସ୍ଥାନରେ ୟୁନିଟ୍ ଗୁଡିକୁ ନିୟୋଜିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଏଥି ସହିତ ପାହାଡିଆ ଅଞ୍ଚଳରେ ଭୂସ୍ଖଳନର ସମ୍ଭାବନା ଥିବାରୁ ଉକ୍ତ ଅଞ୍ଚଳ ଗୁଡିକୁ ଚିହ୍ନଟ କରି କ୍ଷେତ୍ରୀୟ କର୍ମଚାରୀମାନଙ୍କୁ ପ୍ରସ୍ତୁତ ରହିବାକୁ ସେ ଜିଲ୍ଲାପାଳ ମାନଙ୍କୁ କହିଥିଲେ।
ଏହି ସମୀକ୍ଷା ବୈଠକରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ରାଜସ୍ୱ ଓ ବିପର‌୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ପଞ୍ଚାୟତିରାଜ, ପାନୀୟ ଜଳ, ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାୟକ ଏବଂ ଆଭାସୀ ମାଧ୍ୟମରେ ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୁତି ଭୁଷଣ ଜେନା, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ, ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀ, ଗୋକୁଳାନନ୍ଦ ମଲ୍ଲିକ, ମୁଖ୍ୟ ଶାସନ ସଚିବ, ପୁଲିସ ମହାନିର୍ଦ୍ଦେଶକ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଅଗ୍ନିଶମ, ଗୃହରକ୍ଷୀ ଓ ବେସାମରିକ ପ୍ରତିରକ୍ଷା ମହାନିର୍ଦ୍ଦେଶକ, ଶକ୍ତି ବିଭାଗର ପ୍ରମୁଖ ସଚିବ, ଦକ୍ଷିଣାଞ୍ଚଳ ରାଜସ୍ୱ କମିଶନର, ବ୍ରହ୍ମପୁର ଡି.ଆଇ.ଜି, ଏବଂ ବର୍ଷା ସମ୍ଭାବନା ଥିବା ୧୭ଟି ଜିଲ୍ଲାର ଜିଲ୍ଲାପାଳ, ଏସ୍‌.ପି, ଭାରତୀୟ ପାଣିପାଗ ବିଭାଗର ନିର୍ଦ୍ଦେଶକ ଏବଂ ପ୍ରମୁଖ ଅଧିକାରୀ ଗଣ ଉପସ୍ଥିତ ଥିଲେ।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031