Indus Valley Times

ଦଶମ ଦିନରେ ମା’ ପାଟ୍ଟଖଣ୍ଡା ଠାକୁରାଣୀ ଯାତ୍ରା: ପଦ୍ମ ଫୁଲରେ ସଜ୍ଜିତ ମା’ ମାନଙ୍କୁ ଦର୍ଶନ କଲେ ଶ୍ରଦ୍ଧାଳୁ

 Breaking News

ଦଶମ ଦିନରେ ମା’ ପାଟ୍ଟଖଣ୍ଡା ଠାକୁରାଣୀ ଯାତ୍ରା: ପଦ୍ମ ଫୁଲରେ ସଜ୍ଜିତ ମା’ ମାନଙ୍କୁ ଦର୍ଶନ କଲେ ଶ୍ରଦ୍ଧାଳୁ

ଦଶମ ଦିନରେ ମା’ ପାଟ୍ଟଖଣ୍ଡା ଠାକୁରାଣୀ ଯାତ୍ରା: ପଦ୍ମ ଫୁଲରେ ସଜ୍ଜିତ ମା’ ମାନଙ୍କୁ ଦର୍ଶନ କଲେ ଶ୍ରଦ୍ଧାଳୁ
May 16
08:58 2025

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ
ବାଲିଗୁଡା, ୧୬/୫ : କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା ‘ପାଟଖଣ୍ଡା ଠାକୁରାଣୀଙ୍କ ଦ୍ବିବାର୍ଷିକ ଯାତ୍ରା ପାଇଁ ଗାନ୍ଧୀ ଛକ ସ୍ଥିତ ମା ‘ବରାଳ ଦେବୀ ମନ୍ଦିର ଅସ୍ଥାୟୀ ମଣ୍ଡପ ବର୍ତ୍ତମାନ ଚଳ ଚଞ୍ଚଳ ହୋଇ ଦିନକୁ ଦିନ ଭକ୍ତ ଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି ।
ଅସ୍ଥାୟୀ ପୀଠରେ ମା ‘ପାଟଖଣ୍ଡା ଙ୍କ ସମେତ ମା’ କନକ ଦୁର୍ଗା, ମା’ ଡେଙ୍ଗସିଲ, ମା’ ବରାଳଦେବୀ, ମା’ ମହାମାୟୀ ଓ ମା’ ଦକ୍ଷିଣ କାଳୀ ବିରାଜ ମାନ ଅଛନ୍ତି ।
ପ୍ରତିଦିନ ସକାଳ ଓ ସନ୍ଧ୍ୟା କାଳୀନ ଆଳତୀ ସମୟରେ ଶହ ଶହ ଭକ୍ତଙ୍କ ସମାଗମ ହେଉଛି । ଗୁରୁବାର ଓ ସଂକ୍ରାନ୍ତି ପଡିବାରୁ ମା ‘ଙ୍କ ଆଜି ବିଶ୍ରାମ ଦିବସ, ଏହି ଅବସରରେ ପଦ୍ମ ଫୁଲରେ ମା’ଙ୍କ ଘଟ ସହ ପୀଠକୁ ସାଜସଜ୍ଜା ରେ ମା’ ମାନେ ଝଲସୁଥିବା ଦେଖିବାକୁ ମିଳିଛି ।
ଅନ୍ୟ ଦିନ ଅପେକ୍ଷା ଗୁରୁବାର ମା ‘ଙ୍କ ବିଶ୍ରାମ ଥିବା ଯୋଗୁଁ ସକାଳୁ ରାତ୍ର ପର‌୍ୟ୍ୟନ୍ତ ଭକ୍ତ ଙ୍କ ଭିଡ଼ ଲାଗି ରହିଥିଲା ।
ଏହି ଅବସରରେ ଅସ୍ଥାୟୀ ମଣ୍ଡପ ରେ ଭଜନ ସନ୍ଧ୍ୟା କାର୍ଯ୍ୟକ୍ରମ ସହ ସ୍ଥାନୀୟ ପୋଲିସ, ସିଆରଏଫ ଓ ବିଏସଏଫ ବାଟାଲିୟନ ତରଫରୁ ଏକ ଧାର୍ମିକ ସମ୍ପର୍କିତ ବିଶେଷ କାର୍ଯ୍ୟକ୍ରମ ଗୁରୁବାର ସନ୍ଧ୍ୟା ରେ ଆୟୋଜନ ହୋଇଥିଲା ।
ଏନେଇ ଆଗାମୀ ଦିନରେ ପ୍ରତ୍ୟେକ ସାହିରେ ଆକର୍ଷଣୀୟ ମେଢ ପାଇଁ ଯୋଜନା ପ୍ରସ୍ତୁତ ହୋଇଛି । ଆକର୍ଷଣୀୟ ପୂଜା ମଣ୍ଡପ ସାଙ୍ଗକୁ ଅସ୍ଥାୟୀ ମଣ୍ଡପ ତୋରଣର ନିର୍ମାଣ କାର‌୍ୟ୍ୟ ଭକ୍ତଙ୍କୁ ବେଶ ଖୋରାକ ଯୋଗାଉଛି । ଠାକୁରାଣୀ ଯାତ୍ରା ଉପଲକ୍ଷେ ସ୍ଥାନୀୟ ସି.ଟି.କଲେଜ ରୋଡ଼ ରେ ଥିବା ନୀଳଗିରି ଫାର୍ମ ନିକଟ ଯାତ୍ରା ପଡିଆ ରେ ମୀନାବଜାର, ଖାଦ୍ୟ ପସରା ଭଳି ବିଭିନ୍ନ ଆକର୍ଷଣୀୟ କାର୍ଟ୍ୟକ୍ରମ ମନ ମୋହିବା ସୁନିଶ୍ଚିତ ଥିବା ବେଳେ ମା’ଙ୍କ କୃପା ଭିକ୍ଷା ପାଇଁ ଶ୍ରଦ୍ଧାଳୁ ଉତ୍କଣ୍ଠାର ସହ ଅସ୍ଥାୟୀ ମଣ୍ଡପ କୁ ଆସି ଦର୍ଶନ କରୁଥିବା ଦେଖିବାକୁ ମିଳୁଛି ।
ଏଥିରେ ମା ‘ ପାଟଖଣ୍ଡା ଦୁର୍ଗାପୂଜା ସମିତିର ସମସ୍ତ ସଦସ୍ୟ ଙ୍କ ସମେତ ଏହି ଠାକୁରାଣୀ ଯାତ୍ରାର ଏକ ୫ଜଣିଆ କମିଟି ସଦସ୍ୟ ଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହି ପରିଚାଳନା କରୁଛନ୍ତି ।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031