Indus Valley Times

ଦୁଇ ବାଇକ୍ ମୁହାଁମୁହିଁ ଧକ୍କା : ଜଣେ ମୃତ, ୨ ଗୁରୁତର

 Breaking News

ଦୁଇ ବାଇକ୍ ମୁହାଁମୁହିଁ ଧକ୍କା : ଜଣେ ମୃତ, ୨ ଗୁରୁତର

June 06
11:03 2022

ଲମତାପୁଟ,୬/୬: କୋରାପୁଟ ଜିଲ୍ଲା ନନ୍ଦପୁର ଥାନା ଅନ୍ତର୍ଗତ କୁମାରଗୁଡା ଗାଁ ନିକଟରେ ଗତକାଲି ବିଳମ୍ବିତ ରାତିରେ ସଡ଼କ ଦୁର୍ଘଟଣା ଘଟିଛି।
ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇ ଜଣ ଆହତ ହୋଇଛନ୍ତି। ମୃତ ଯୁବକ ଜଣଙ୍କ ହେଲେ ଲମତାପୁଟ ସିଲପଡା ଗାଁର ଧନୁଞ୍ଜୟ ବୋଲି ଜଣାଯାଇଛି।
ଆହତ ଦୁଇ ଜଣଙ୍କ ମଧ୍ୟରୁ ଜଣେ ସିଲପଡ଼ା ଗାଁର ହରି ପାଙ୍ଗି। ଅନ୍ୟ ଜଣଙ୍କର ପରିଚୟ ମିଳିନାହିଁ। ଆହତ ଦୁଇ ଜଣଙ୍କୁ ଲଷ୍ମଣନାୟକ ମେଡ଼ିକାଲ କଲେଜକୁ ସ୍ଥାନାନ୍ତର କରାଯାଇଥିବା ଜଣାଯାଇଛି।
ନନ୍ଦପୁର ଅଗ୍ନିଶମ ବିଭାଗ କର୍ମଚାରୀ ଓ ପୁଲିସ ପହଞ୍ଚି ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଧନୁଞ୍ଜୟଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ପୁଲିସ ମୃତଦେହକୁ ଉଦ୍ଧାର ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣା ତଦନ୍ତ କରୁଛି।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031