Indus Valley Times

ଦୁର୍ଘଟଣାରେ ୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ୧୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା

 Breaking News

ଦୁର୍ଘଟଣାରେ ୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ୧୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା

ଦୁର୍ଘଟଣାରେ ୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ୧୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା
April 22
13:01 2025

ଭୁବନେଶ୍ୱର,୨୨/୪: କଟକରେ ଦୁର୍ଘଟଣାରେ ୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟଣାରେ ଶୋକବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିସହ ସେ ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କରିଛନ୍ତି।
ପ୍ରକାଶ ଥାଉ କି, ମଙ୍ଗଳବାର ଭୋର୍ ସମୟରେ ଏହି ଭୟଙ୍କର ଦୁର୍ଘଟଣା ଘଟିଛି। ପିସିଆର୍ ସହିତ ବାଲି ବୋଝେଇ ହାଇଓ୍ବା ମୁହାଁମୁହିଁ ଧକ୍କା ହେବା ଫଳରେ ୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଥିଲା। ଦୁର୍ଘଟଣାରେ ହାଇଓ୍ବା ଓଲଟି ପଡ଼ିଥିବା ବେଳେ ପିସିଆର ମଧ୍ୟ ଭାଙ୍ଗି ଚୂରମାର ହୋଇଯାଇଛି।
ସିଆର୍‌ଆର୍‌ଆଇ ଥାନା ପାଟ୍ରୋଲିଂ ବେଳେ ଏହି ଦୁର୍ଘଟଣା ଘଟିଛି। ମୃତ ଦୁଇ ପୋଲିସ କର୍ମଚାରୀ ହେଲେ ପିସିଆର୍ ଡ୍ରାଇଭର ଜଗବନ୍ଧୁ ମହାଳି (୩୮) ଏବଂ ପୋଲିସ ଷ୍ଟାଫ୍ ଲୋକନାଥ ଶବର। ତେବେ ଏହି ଦୁର୍ଘଟଣାରେ ହୋମଗାର୍ଡ ପବିତ୍ର ମୋହନ ସେଠୀ ଗୁରୁତର ଭାବେ ଆହତ ହୋଇ କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସତ ହେଉଛନ୍ତି। ଅପରପକ୍ଷେ ହାଇୱା ଡ୍ରାଇଭରଙ୍କର କୌଣସି କ୍ଷତି ଘଟି ନାହିଁ।
ଦୁର୍ଘଟଣା ଏତେ ଭୟାବହ ଥିଲା ଯେ ଅଗ୍ନିଶମ କର୍ମଚାରୀମାନେ ଗ୍ୟାସ କଟର ସାହାଯ୍ୟରେ ଗାଡ଼ି ଦୁଇଟିକୁ ଅଲଗା ଅଲଗା କରିଥିଲେ। ଖବର ପାଇଁ କଟକ ଡିସିପି ଋଷିକେଶ ଖିଲାରି ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିର ଅନୁଧ୍ୟାନ କରିବା ସହ ଆହତଙ୍କୁ ଡାକ୍ତରଖାନା ପଠାଇବାର ବ୍ୟବସ୍ଥା କରିଥିଲେ। ଏବେ ପୋଲିସ ପିସିଆର୍ ଭ୍ୟାନ୍‌କୁ ଉଦ୍ଧାର କରି ତଦନ୍ତ କରୁଛି।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930