Indus Valley Times

ଦେଶ ପାଳୁଛି ୭୬ତମ ସାଧାରଣତନ୍ତ୍ର ଦିବସ : ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

 Breaking News

ଦେଶ ପାଳୁଛି ୭୬ତମ ସାଧାରଣତନ୍ତ୍ର ଦିବସ : ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

January 26
17:40 2025

କଟକ,୨୬/୧: ରବିବାର ସାରା ରାଜ୍ୟରେ ପାଳନ ହେଉଛି ୭୬ତମ ସାଧାରଣତନ୍ତ୍ର ଦିବସ। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଟକ ବିଡ଼ାନାସୀଠାରେ ପତାକା ଉତ୍ତୋଳନ କରିଛନ୍ତି।
ମୁଖ୍ୟମନ୍ତ୍ରୀ ତାଙ୍କ ଅଭିଭାଷଣରେ କହିଛନ୍ତି, ଦେଶ ପାଇଁ ଜୀବନକୁ ଉତ୍ସର୍ଗ କରିଥିବା ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି। ଆଜିର ଦିନରେ ମହାନ ଜନନାୟକଙ୍କୁ ମନେ ପକାଇବା ପରମ ସୁଯୋଗ ମିଳିଛି। ଅଖଣ୍ଡତା ବଜାୟ ସହ ସୁଶାସନ ଯୋଗାଇବା ପରମ ଲକ୍ଷ୍ୟ। ଦେଶର ଗଣତନ୍ତ୍ର ବଜାୟ ରଖିବାରେ କୋଟି କୋଟି ଜନତାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ନିରବଚ୍ଛିନ୍ନ ଭାବେ ଗଣତନ୍ତ୍ରକୁ ବଜାୟ ସହ ଦେଶର ଅଗ୍ରଗତି ହେଉଛି। ଖୁବ୍‌ଶୀଘ୍ର ଆମ ଦେଶ ତୃତୀୟ ଶ୍ରେଷ୍ଠ ଅର୍ଥନୀତି ହେବାକୁ ଯାଉଛି।
୧୪୦ କୋଟି ଭାରତୀୟଙ୍କ ଜୀବନଯାପନ ଶୈଳୀରେ ପରିବର୍ତ୍ତନ ଆସିଛି। ଲୋକଙ୍କ ଶିକ୍ଷା, ସ୍ବାସ୍ଥ୍ୟ ଭଳି ମୌଳିକ ଅଧିକାର ଯୋଗାଇବାକୁ ସରକାର ପ୍ରତିଶ୍ରୁତିବଦ୍ଧ। ରାଜ୍ୟରେ ଶିକ୍ଷା କ୍ଷେତ୍ରରେ ଅଦ୍ଭୂତପୂର୍ବ ପରିବର୍ତ୍ତନ ହେବାକୁ ଯାଉଛି। ଗାଁରୁ ବିକାଶ ଆରମ୍ଭ ହେଉଛି, ସରକାର ଏନେଇ ଭିତ୍ତିଭୂମି ପ୍ରସ୍ତୁତ କରୁଛନ୍ତି।
ଓଡ଼ିଆ ଅସ୍ମିତା ସହ ଓଡ଼ିଶାର ବିକାଶ ଆଗେଇ ଚାଲିଛି। ରାଜ୍ୟର ବିକାଶ ପାଇଁ ରାଜ୍ୟ ସରକାର ଅନବରତ କାମ କରୁଛନ୍ତି। ଆଜି ଉତ୍ସବର ଦିନ ନୁହେଁ, ସମ୍ବିଧାନକୁ ସୁରକ୍ଷା ଦେବା ଆମ ସମସ୍ତଙ୍କ ଦାୟିତ୍ୱ। ସମୃଦ୍ଧ ଓ ବିକଶିତ ଓଡ଼ିଶା ନିର୍ମାଣରେ ହାତ ବଢ଼ାଇବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି।
୧୯୫୦ ମସିହା ଆଜିର ଦିନରେ ଭାରତ ଏକ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହୋଇଥିଲା। ସେହିଦିନଠାରୁ ପ୍ରତିବର୍ଷ ଜାନୁଆରୀ ୨୬ ତାରିଖକୁ ସାଧାରଣତନ୍ତ୍ର ବା ଗଣତନ୍ତ୍ର ଦିବସ ଭାବେ ପାଳନ କରାଯାଇଆସୁଛି।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930